29.1 C
Bhubaneswar
Sunday, September 29, 2024
Homeଓଡିଶାଆଇଡି ବିସ୍ଫୋରଣ: ୫ ଯବାନ ଆହତ

ଆଇଡି ବିସ୍ଫୋରଣ: ୫ ଯବାନ ଆହତ

ମାଲକାନଗିରି: ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଟେରାମ୍‌-ଗୁଡୁମ୍‌ ଗାଁ ନିକଟ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଛି। ଆହତ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ୧୫୩ ସିଆରପିଏଫର ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିଲେ। ଟେରାମ୍‌-ଗୁଡୁମ୍‌ ଗାଁ ନିକଟରେ ଥିବା ଜଙ୍ଗଲରେ ନକ୍ସଲମାନେ ଯବାନଙ୍କୁ ଟାର୍ଗେଟ୍ କରି ଆଇଡି ବିସ୍ଫୋରଣ କରିଥିଲେ। ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି।ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ଚିନ୍ନାଗେଲୁର କ୍ୟାମ୍ପଠୁ ୫୦୦ ମିଟର ଦୂରରେ ଏହି ବିସ୍ଫୋରଣ ହୋଇଥିବା ଜଣାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking