33.1 C
Bhubaneswar
Monday, September 30, 2024
Homeଓଡିଶାଭରତପୁର ମାମଲା : ଆଜି ହେବ ପଲିଗ୍ରାଫ ଟେଷ୍ଟ

ଭରତପୁର ମାମଲା : ଆଜି ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର : ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ୟାତନା ମାମଲାରେ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ଆଜି ସେମାନଙ୍କର ମିଛ ଧରା ପରୀକ୍ଷା କରାଯିବ। ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟଙ୍କ ଅନୁମତି ପରେ ସେମାନଙ୍କୁ ସାଙ୍ଗରେ ନେଇ ଯାଇଛି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଆଇଆଇସିପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ। ଅବଶିଷ୍ଟ ୪ ପୁଲିସଙ୍କର କେବଳ ପଲିଗ୍ରାଫ ଟେଷ୍ଟ ହେବ । ଏହି ଘଟଣାର କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଏହି ଏସ୍‌ଆଇଙ୍କୁ ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି। କିନ୍ତୁ ନିଲମ୍ବିତ କନଷ୍ଟେବଲଙ୍କର କୌଣସି ଟେଷ୍ଟ କରାଯିବ ନାହିଁ।ସେମାନଙ୍କଠାରୁ ଘଟଣା ଦିନର ସତ ଜାଣିବାକୁ ଚାହିଁଛି କ୍ରାଇମବ୍ରାଞ୍ଚ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking