18.1 C
Bhubaneswar
Friday, February 13, 2026
Homeଓଡିଶା‘ପର୍ଯ୍ୟଟନ ଗୌରବ ସମ୍ମାନ’ରେ ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ସମ୍ମାନିତ

‘ପର୍ଯ୍ୟଟନ ଗୌରବ ସମ୍ମାନ’ରେ ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ସମ୍ମାନିତ

ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)କୁ ‘ପର୍ଯ୍ୟଟନ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି । ବିଶ୍ୱ ପର୍ଯ୍ୟଟନ ଦିବସ ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ ପର୍ଯ୍ୟଟନ ସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଗତ ଶୁକ୍ରବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସ୍‌ଏଚ୍‌ଏମ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ପର୍ଯ୍ୟଟନ ଶିଳ୍ପର ଉତ୍କର୍ଷତା, ବିକାଶ ଏବଂ ଆତିଥ୍ୟ କ୍ଷେତ୍ରରେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଥିବା ହେତୁ ଏସ୍‌ଏଚ୍‌ଏମ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କ ଠାରୁ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଏହି ପୁରସ୍କାର ଗ୍ରହଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀମତି ସୁରମା ପାଢୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡା, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ, ଓଡିଶା ରାଜ୍ୟ ପର୍ଯ୍ୟଟନ ଗାଇଡ୍ ଆସୋସିଏସନ୍‌ର ସଭାପତି ଶ୍ରୀ ସନ୍‌ତ କୁମାର ମିଶ୍ର ଓ ସମ୍ବାଦର ପ୍ରତିଷ୍ଠାତା ଶ୍ରୀ ସୌମ୍ୟରଂଜନ ପଟ୍ଟନାୟକ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking