30.1 C
Bhubaneswar
Saturday, October 5, 2024
Homeଓଡିଶାପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ବର : ଆଜି ପବିତ୍ର ମହାଳୟା । ପିତୃପକ୍ଷର ଅନ୍ତିମ ଦିବସ । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ ଭିଡ଼ ଜମିଛି । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡ ଦାନ କରି ପୂଜାପାଠ କରାଯାଉଛି । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ମହାଳୟା ଅମାବାସ୍ୟା ପର୍ୟ୍ୟନ୍ତ ଅନୁଷ୍ଠିତ ହୋଇଥାଏ ଶ୍ରାଦ୍ଧ ଓ ତିଳତର୍ପଣ । ଏହିଦିନ ନିଜ ପିତୃପୁରୁଷଙ୍କ ସହ ନିଜ ମାମୁଘର ଉଦ୍ଦେଶ୍ୟରେ ମଧ୍ୟ ଶ୍ରାଦ୍ଧ ପ୍ରଦାନ ଓ ପିଣ୍ଡଦାନ କରାଯାଇଥାଏ । ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ, ମାତାମହ, ପ୍ରମାତାମହ, ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ ଆଦି କର୍ମ କରାଯାଇଥାଏ । ପୁରୀରେ ପିଣ୍ଡ ଦାନ କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରୁଛନ୍ତି ଭକ୍ତ । ଭୁବନେଶ୍ବର ବିନ୍ଦୁସାଗର କୂଳରେ ମଧ୍ୟ ମହାଳୟା ପାଇଁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ପବିତ୍ର ପୁଷ୍କରିଣୀ କୂଳରେ ଶ୍ରଦ୍ଧାଳୁମାନେ ନିଜର ପିତୃଲୋକଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି । କୁହାଯାଏ ଏହି ପିତୃପକ୍ଷରେ ପିତୃଲୋକ ମାନବ ଲୋକଙ୍କୁ ଆସିଥାନ୍ତି । ତେଣୁ ତାଙ୍କ ମୋକ୍ଷପ୍ରାପ୍ତି ପାଇଁ ପିଣ୍ଡଦାନ କରି ସନ୍ତୁଷ୍ଟ କରାଯାଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking