23.1 C
Bhubaneswar
Sunday, March 22, 2026
Homeଓଡିଶାରାଜ୍ୟରେ ଖୁବ୍‌ଶୀଘ୍ର ଏନ୍‌ଇପି: ଉଚ୍ଚଶିକ୍ଷା ମନ୍ତ୍ରୀ

ରାଜ୍ୟରେ ଖୁବ୍‌ଶୀଘ୍ର ଏନ୍‌ଇପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାରେ ଖୁବ୍‌ଶୀଘ୍ର ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ କାର୍ୟ୍ୟକାରୀ ହେବାକୁ ଯାଉଛି। ଏନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର କାର୍ୟ୍ୟ ନିର୍ବାହୀ ସଦସ୍ୟ ପ୍ରଫେସର ଡ. ସୁସ୍ମିତ ପ୍ରସାଦ ପାଣି ଏବଂ ପ୍ରଫେସର ଡ. ଅତନୁ ପତିଙ୍କ ସମେତ ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିମାନେ ବୈଠକରେ ଯୋଗଦେଇଥିଲେ। ଆସନ୍ତା ୧ରୁ ୩ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ଶୀର୍ଷସ୍ତରରେ ଆଲୋଚନା କରାଯାଇ ଖୁବ୍‌ଶୀଘ୍ର ରାଜ୍ୟରେ ଏହି ନୀତି ଲାଗୁ କରାଯିବା ଉପରେ ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏଥିସହ ଏହାର କାର୍ୟ୍ୟାନ୍ବୟନରେ ଯେଉଁ ସମସ୍ୟା ରହିବ, ତାହାକୁ ପର୍ୟ୍ୟାୟକ୍ରମେ ତତ୍କାଳ ସମାଧାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking