18.1 C
Bhubaneswar
Friday, February 13, 2026
Homeଦେଶ ବିଦେଶଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା

ନୂଆଦିଲ୍ଲ : ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଯୋଜନାର ୧୮ ତମ କିସ୍ତି ଦେବେ ପ୍ରଧାନମନ୍ତ୍ରୀ । ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର କୋଟିରୁ ଅଧିକ ଟଙ୍କା ପ୍ରତ୍ୟେକ୍ଷ ଭାବେ ଟ୍ରାନ୍ସଫର କରାଯିବ । ତେବେ ଏଥିପାଇଁ ମହାରାଷ୍ଟ୍ର ୱାସିମରେ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ସେହିଠାରୁ ନରେନ୍ଦ୍ର ମୋଦି ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ୧୮ ତମ କିସ୍ତି ଜାରି ହେବା ପରେ ପିଏମ୍‌ କିଷାନ ଯୋଜନା ଅଧୀନରେ କୃଷକଙ୍କୁ ପ୍ରଦାନ କରାଯାଇଥିବା ମୋଟ୍ ପାଣ୍ଠି ପ୍ରାୟ ୩ ଲକ୍ଷ ୨୫ ହଜାର କୋଟି ଟଙ୍କା ହେବ।
ପୂର୍ବରୁ ଜୁନ ୧୮ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା।ପିଏମ-କିଷାନ ଯୋଜନାରେ କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରାଯାଏ। ପେବୃଆରୀ ୨୦୧୯ରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ ଡିବିଟି ଜରିଆରେ ଚାଷୀଙ୍କ ଆଧାର ସହ ସଂଯୁକ୍ତ ବ୍ୟାଙ୍କ ଆକାଉଣ୍ଟକୁ ୩ଟି କିସ୍ତିରେ ୬ହଜାର ଟଙ୍କା ପ୍ରଦାନ କରାଯାଏ। ଚାଷୀଙ୍କ ଆୟକୁ ବଢ଼ାଇବା ପାଇଁ ସରକାର ଅନେକ ପ୍ରକାରର ଯୋଜନା ଆରମ୍ଭ କରିଛନ୍ତି । ଆଉ ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ବା ପିଏମ୍ କିଷାନ ଯୋଜନା । ଏହି ଯୋଜନା ଅଧୀନରେ ସରକାର ବାର୍ଷିକ ୬୦୦୦ ଟଙ୍କା ଅର୍ଥାତ୍ ୨୦୦୦ ଟଙ୍କାର ୩ଟି କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking