29.1 C
Bhubaneswar
Saturday, October 5, 2024
Homeଓଡିଶାଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ଭିଆରଏସ୍ ଅନୁମତି

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ଭିଆରଏସ୍ ଅନୁମତି

ଭୁବନେଶ୍ୱର: ୧୯୯୦ ବ୍ୟାଚ ଆଇପିଏସ୍ ତଥା ପୂର୍ବତନ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ । ଅକ୍ଟୋବର ୭ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ଅନୁରୋଧ କରିଥିଲେ । ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି । ଏହାସହିତ ସେ ସର୍ବଭାରତୀୟ ସେବା ରୁଲସ-୧୯୫୮ର ପ୍ରାବଧାନ ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇବାକୁ ହକଦାର ବୋଲି ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking