32.1 C
Bhubaneswar
Sunday, October 6, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସୂର୍ଯ୍ୟ ହେଉ ବା ମଣିଷ ସମସ୍ତଙ୍କୁ ତ ଦିନେ ଅସ୍ତ ହବାକୁ ପଡ଼ିବ , କିନ୍ତୁ ସାହାସ ଓ ଧୌର୍ଯ୍ୟ ସୂର୍ଯ୍ୟ ଠାରୁ ଶିଖିବାକୁ ପଡ଼ିବ ଯିଏକି ସନ୍ଧ୍ୟାରେ ଅସ୍ତ ହୋଇ ମଧ୍ୟ ପ୍ରତ୍ୟେକ ଦିନ ସକାଳୁ ଏକ ବିଶ୍ବାସର ସହିତ ଉଦୟ ହୋଇଥାଏ !!”*

“ଭଲ ଲୋକଙ୍କୁ ଭୁଲ ବୁଝୁଥୁବା ମଣିଷ ଭବିଷ୍ୟତରେ ବହୁତ ପସ୍ତାଏ , ଯେତେବେଳେ ସେ ଠିକ ବୁଝିବା ଆରମ୍ଭ କରେ ସେତେବେଳକୁ ସବୁକିଛି ସରି ଯାଇଥାଏ !!”

“କିଛି ଦୁଃଖ ଏମିତି ବି ଥାଏ ଯାହା ନା ଶବ୍ଦରେ କହି ହୁଏ ନା ମନ ଖୋଲି କାନ୍ଦି ହୁଏ , କେବଳ ସେଇ ଦୁଃଖକୁ ମନତଳେ ଚାପି ରଖି ସହିବାକୁ ପଡେ !!”

“ସମ୍ପର୍କ ସବୁବେଳେ ଚନ୍ଦନ ପରି ରଖିବା ଉଚିତ୍ , ଯେପରି ଚନ୍ଦନ ହଜାରେ ଖଣ୍ଡ ହେଲେ ବି ତାର ସୁଗନ୍ଧ ସବୁଠି ରହିଥାଏ ଠିକ ସେହିପରି ସମ୍ପର୍କ ମଧ୍ୟ ସବୁ ପରିସ୍ଥିତି ରେ ସମାନ ରହିବା ଉଚିତ୍ !!”*

“ନିଜ ଜୀବନର ଲକ୍ଷ୍ୟକୁ ସେଇମାନେ ହାସଲ କରିଥାନ୍ତି , ଯେଉଁମାନେ ପ୍ରତି ମୁହୁର୍ତ୍ତରେ ନିଜ ଦ୍ବାରା ହେଉଥିବା ଭୁଲ୍ କୁ ସୁଧାରିବାକୁ ଚେଷ୍ଟା କରିଥାନ୍ତି !!”

ଯେଉଁଠି ସ୍ବାର୍ଥ ଥାଏ ସେଠି ସମ୍ପର୍କ ନଥାଏ ଆଉ ଯେଉଁଠି ସମ୍ପର୍କ ଥାଏ ସେଠି ସ୍ବାର୍ଥ ନଥାଏ….

ଅର୍ଥାତ

ବିନା ସ୍ୱାର୍ଥରେ ବନ୍ଧା ଯାଇଥିବା ଡୋରିକୁ ହିଁ ସମ୍ପର୍କ କୁହାଯାଏ.l

ଅଦ୍ୟ ଅକ୍ଟୋବର ମାସ ୦୬ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- ଶୁକ୍ଳପକ୍ଷ
ତିଥି- ତୃତୀୟା ଘ୦୭/୨୭ ଗତେ ଚତୁର୍ଥୀ
ନକ୍ଷତ୍ର- ବିଶାଖା ରାତ୍ରି ଘ୧୨/୩୭ ଗତେ ଅନୁରାଧା
ଚନ୍ଦ୍ର – ତୁଳା ସନ୍ଧ୍ୟା ଘ୦୫/୫୮ ଗତେ ବିଛା
ଯୋଗ- ବିସ୍କୁମ୍ଭ
କରଣ – ଗର
ସୌରମାସ- କନ୍ୟା ୨୧ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୦୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/୧୬
*✧═════•❁❀
ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୭/୨୭ ଗତେ ନୈରୁତେ
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୦୭ ଗତେ ଘ୦୧/୦୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୩୪ ଗତେ ଘ୦୮/୫୮ମଧ୍ୟେ ଓ ରାତ୍ରି ଘ୦୭/୪୪ ଗତେ ଘ୦୯/୨୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୦ ଗତେ ଘ୦୪/୪୮ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ମୂଳା ଭକ୍ଷଣ ନିଷେଧ
✧═════•❁❀❁•═════
ମେଷ :
ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*
✧═════•❁❀❁•═════
ବୃଷ :
ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।*
✧═════•❁❀❁•═════
ମିଥୁନ :
ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।*
✧═════•❁❀❁•═════
କର୍କଟ :
ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।*
✧═════•❁❀❁•════
ସିଂହ :
ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।*
✧═════•❁❀❁•═════
କନ୍ୟା :
ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।*
✧═════•❁❀❁•═════
ତୁଳା :
ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।*
✧═════•❁❀❁•═════
ବିଛା :
ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।*
✧═════•❁❀❁•═════
ଧନୁ :
ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।*
✧═════•❁❀❁•═════
ମକର :
ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।*
✧═════•❁❀❁•═════
କୁମ୍ଭ :
ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।*
✧═════•❁❀❁•═════
ମୀନ :
ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking