20.1 C
Bhubaneswar
Thursday, February 12, 2026
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ

ସଡକ ଦୁର୍ଘଟଣା : ୧ ମୃତ

ଅନୁଗୋଳ : ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ହେମସୁରପଡା ଛକ ନିକଟରେ ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍।  ମୃତକ ଯୁବକ ଜଣଙ୍କ ହେଲେ ଜରପଡ଼ା ଥାନା ଅନ୍ତର୍ଗତ ବିମଳବେଡା ଗ୍ରାମର ବିତ ସେଠୀ(୩୦)। ଆଜି ସକାଳେ ଯୁବକ ଜଣଙ୍କ ସାଇକେଲ ଯୋଗେ ଶିମିଳିପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ ଏକ ଟ୍ରକ୍ ଆସି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଯୁବକଙ୍କର ମୃତ୍ୟୁ ଘଟିଥିଲା।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ହେମସୁରପଡା ଛକରେ ରାସ୍ତାରୋକ କରିଥିଲେ। ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking