31.1 C
Bhubaneswar
Saturday, March 28, 2026
Homeଓଡିଶାପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବାରିପଦା : ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ଶିମିଳିପାଳ ପର୍ଯ୍ୟଟକଙ୍କ ଲାଗି ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ। ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ ଦେଖିବା ସହ ନଦୀ, ଝରଣା, ପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି। ପ୍ରତିବର୍ଷ ନଭେମ୍ବର ୧ ତାରିଖ ଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। କିନ୍ତୁ ଏଥର ୨୦ଦିନ ପୂର୍ବରୁ ଅର୍ଥାତ୍ ଚଳିତ ଅକ୍ଟୋବର ୧୦ ତାରିଖ (ଗୁରୁବାର)ଠାରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ। ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking