29.1 C
Bhubaneswar
Wednesday, October 16, 2024
Homeଓଡିଶାମୁଖ୍ୟମନ୍ତ୍ରୀ ବାଣ୍ଟିଲେ ‘ସୁଭଦ୍ରା’ ଟଙ୍କା

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ‘ସୁଭଦ୍ରା’ ଟଙ୍କା

ବାରିପଦା : ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା । ବାରିପଦା ଛଉ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସରକାରଙ୍କ ବହୁ ମନ୍ତ୍ରୀ ଓ ସଚିବ ସାମିଲ ହୋଇଛନ୍ତି । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking