19.1 C
Bhubaneswar
Thursday, February 12, 2026
Homeଓଡିଶାଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବାରିପଦା : ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ଶିମିଳିପାଳ ପର୍ଯ୍ୟଟକଙ୍କ ଲାଗି ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ। ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ ଦେଖିବା ସହ ନଦୀ, ଝରଣା, ପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି। ପ୍ରତିବର୍ଷ ନଭେମ୍ବର ୧ ତାରିଖ ଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। କିନ୍ତୁ ଏଥର ୨୦ଦିନ ପୂର୍ବରୁ ଅର୍ଥାତ୍ ଆଜି (ଗୁରୁବାର)ଠାରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ।

ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା। ବିଭାଗ ପକ୍ଷରୁ ଜାରି ନିୟମାବଳୀ ଅନୁଯାୟୀ, ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ। ତଦସହିତ ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରି ଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରି ଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି। ଶିମିଳିପାଳ ମଧ୍ୟକୁ ଯିବାକୁ ଥିବା ସମସ୍ତ ଚାରି ଚକିଆ ଯାନ ଗୁଡିକ ୧୮୦ ଏମଏମ କିମ୍ବା ଅଧିକ ଗ୍ରାଉଣ୍ଡ କ୍ଲିୟରାନ୍ସ ରହିବାର ଆବଶ୍ୟକତା ରହିଥିବା ସହିତ ବ୍ୟାଘ୍ର ପ୍ରକଳ୍ପ ଭିତରକୁ ପ୍ରବେଶ ସମୟରେ ପ୍ରତ୍ୟେକ ଯାନ ସହିତ ଜଣେ ଗାଇଡ ନେବା ବାଧ୍ୟତାମୂଳକ ରହିଛି। ଏହି ଫାଟକ ଦେଇ ଭାରୀଯାନ ପ୍ରବେଶକୁ ନିଷେଧ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking