32.1 C
Bhubaneswar
Wednesday, October 16, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଉପଦେଶ ଦେବା ସହଜ କିନ୍ତୁ ଉପାୟ ବତାଇବା ଭାରି କଷ୍ଟ ।ଅନ୍ୟର ଦୁଃଖକୁ ଦେଖି ଅନେକ ଦୁଃଖୀ ହୁଅନ୍ତି ସତ, କିନ୍ତୁ କେହି ଦୁଃଖ ଦୂର କରିବା ପାଇଁ ଆଗେଇ ଆସନ୍ତି ନାହିଁ ।
ଭାଗ୍ୟ କେବଳ ପରିଶ୍ରମ ଦ୍ଵାରା ବଦଳିଥାଏ ବସିକି ଚିନ୍ତା କରିଲେ ନୁହେଁ
ସ୍ବାମୀ ଏବଂ ସ୍ତ୍ରୀ ଦୁଇଜଣ ୩ ଟି ଜିନିଷରେ ସମାନ ହେବା ଉଚିତ୍ ।*
●ବୁଝାମଣା, ●ସହନଶକ୍ତି,
●ପରସ୍ପର ସମ୍ମାନ ।
ଛୋଟ ଛୋଟ କଥାକୁ ହୃଦୟରେ ଧରି ରଖିଲେ ଉତ୍ତମ ସମ୍ପର୍କ ମଧ୍ୟ ଦିନେ ନା ଦିନେ ଦୁର୍ବଳ ହୋଇଯାଏ ।*

ଦୁନିଆରେ ସବୁଠାରୁ ଦାମୀ ଜିନିଷ ହେଲା “ବିଶ୍ବାସ” ଯାହା ଅର୍ଜନ କରିବାକୁ ବର୍ଷ ପରେ ବର୍ଷ ଲାଗିଯାଏ କିନ୍ତୁ ହରେଇବାକୁ ଗୋଟେ Second ଲାଗେନା । .
ଅତ୍ୟଧିକ କୌଣସି କିଛି ବି ଭଲ ନୁହେଁ ଅତି ଶବ୍ଦଟା ହିଁ ଖରାପ।*

ତୁମକୁ କେତେ ଲୋକ ଚିହ୍ନିଛନ୍ତି ଏହା ମହତ୍ତ୍ଵପୁର୍ଣ୍ଣ ନୁହେଁ। କାହିଁକି ଚିହ୍ନନ୍ତି ଏହା ବିଶେଷ ମହତ୍ତ୍ଵପୁର୍ଣ୍ଣ।*

ଜୀବନ କ୍ଷଣଭଙ୍ଗୁର । ଏହା ଉପଲବ୍ଧି କରି ସମସ୍ତ ପ୍ରକାର ଦ୍ୱେଷ ଓ କଳହରୁ କ୍ଷାନ୍ତ ହୁଅ।

ଭବିଷ୍ୟତରେ କାମରେ ଆସିବ ଭାବି କୌଣସି ଅଳିଆ ଆବର୍ଜନା କୁ ଘରେ ଠୁଳ କରି ରଖନ୍ତୁ ନାହିଁ।
ବିଜେତା ଲକ୍ଷ୍ୟ ଉପରେ ଧ୍ୟାନ ଦିଅନ୍ତି,ବାଧା ଉପରେ ନୁହେଁ।
ଜୟ ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଭବତୁ ମେ

ଅଦ୍ୟ ଅକ୍ଟୋବର ମାସ ୧୧ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- ଶୁକ୍ଳପକ୍ଷ
ତିଥି- ଅଷ୍ଟମୀ ଦିବା ଘ୧୨/୦୮ ଗତେ ନବମୀ
ନକ୍ଷତ୍ର- ପୂର୍ବା ଷାଢା ପ୍ରାତଃ ଘ୦୬/୨୬ ଗତେ ଉତ୍ତରା ଷାଢା
ଚନ୍ଦ୍ର – ଧନୁ ଦିବା ଘ୧୨/୨୩ ଗତେ ମକର
ଯୋଗ- ଅତିଗଣ୍ଡ
କରଣ – ବବ
ସୌରମାସ- କନ୍ୟା ୨୬ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୨୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୪/୦୬
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ ୧୨/୦୮ ଗତେ ପୂର୍ବେ
ଅଷ୍ଟମୀ ର ଏକୋଦିଷ୍ଟ ଓ ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶିର ଘାତ ଚନ୍ଦ୍ର
ବିଛା, ଧନୁ ଓ ମୀନ ରାଶି ର ଘାତବାର
ପୀଠେ ମହାନବମୀ ଓ ମୃଣ୍ମୟୀ ଦେବୀ ଙ୍କ ଅଷ୍ଟମୀ ପୂଜା ଓ ସନ୍ଧି ପୂଜା
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୩୮ଗତେ ଘ୧୧/୩୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୪ ମଧ୍ୟେ ଓ ଘ୦୭/୨୨ ଗତେ ଘ୦୮/୩୭ ମଧ୍ୟେ ଓ ଘ୧୨/୦୯ ଗତେ ଘ୦୩/୨୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଦିବା ଘ ୧୨/୦୮ ଗତେ ଲାଉ ଭକ୍ଷଣ ନିଷେଧ
═✧══•❁❀❁•═════✧

ଆଜିର ରାଶିଫଳ
✧═════•❁❀❁•═════
ମେଷ
: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।*
✧═════•❁❀❁•═════
ବୃଷ
: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।*
✧═════•❁❀❁•═════
ମିଥୁନ
: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।*
✧═════•❁❀❁•═════
କର୍କଟ
: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।*
✧═════•❁❀❁•═════
ସିଂହ
କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।*
✧═════•❁❀❁•═════
କନ୍ୟା
: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।*
✧═════•❁❀❁•═════
ତୁଳା
: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।*
✧═════•❁❀❁•═════
ବିଛା:
ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।*
✧═════•❁❀❁•═════
ଧନୁ
: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।*
✧═════•❁❀❁•═════
ମକର
: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।*
✧═════•❁❀❁•═════
କୁମ୍ଭ
: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।*
✧═════•❁❀❁•═════
ମୀନ
: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking