30.1 C
Bhubaneswar
Saturday, February 14, 2026
Homeଓଡିଶାହବିଷ୍ୟାଳିଙ୍କ ପାଇଁ ପୁରୀରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା:ଆଇନମନ୍ତ୍ରୀ

ହବିଷ୍ୟାଳିଙ୍କ ପାଇଁ ପୁରୀରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା:ଆଇନମନ୍ତ୍ରୀ

ବ୍ୟୁରୋ: ଶ୍ରୀମନ୍ଦିରରୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ , ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ, ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି । ସରକାରଙ୍କ ଉପରେ ବର୍ଡ଼ନ ନ କରି ଯେଉଁ ବଦାନ୍ୟ ଭକ୍ତମାନେ ଅଛନ୍ତି ସେମାନଙ୍କ ସହଯୋଗରେ ହେବ । ସେମାନେ ମଧ୍ୟ ପୁଣ୍ୟ ଅର୍ଜନ କରିବେ । ଭକ୍ତମାନେ ଦର୍ଶନ ସାରି ଘରକୁ ଫେରିବା ସମୟରେ, ପରିବାର ପଡୋଶୀ ଅପେକ୍ଷା କରି ରହିଥାନ୍ତି ମହାପ୍ରସାଦ ଲାଗି, ଭକ୍ତ ଜଣଙ୍କ ମହାପ୍ରସାଦ ଟିକେ ତାଙ୍କ ହାତରେ ଦେଇପାରିବ ,ଏହାକୁ ଆଖି ଆଗରେ ରଖି ଏହି ଯୋଜନା ଆରମ୍ଭ କରୁଛୁ।

ମାର୍ଗଶିର ମାସରୁ ହେବ ଶୃଙ୍ଖଳିତ ଦର୍ଶନ…
ଏହାର ଡିଜାଇନ ଆରମ୍ଭ ହୋଇଛି , ଭକ୍ତ ସାତ ପାହାଚଠୁ ସିଧା ଯାଇ ଘଣ୍ଟି ଦ୍ୱାର ପଟେ ବାହାରିବେ, ସେଭଳି ଏକ ବ୍ୟବସ୍ଥା କରାଯାଉଛି । ଏହି ବ୍ୟବସ୍ଥା ହୋଇସାରିବା ପରେ ଭକ୍ତମାନଙ୍କ ଦର୍ଶନରେ କୌଣସି ଅସୁବିଧା ହେବ ନାହିଁ ଏବଂ ସମସ୍ତେ ଭଲ ଭାବରେ ପ୍ରଭୁଙ୍କ ଦର୍ଶନ ସାରି ମନ୍ଦିରରୁ ବାହାରିବେ । ଏଥିସହ ହବିଷ୍ୟାଳିଙ୍କ ପାଇଁ ବିଶେଷ ବ୍ୟବସ୍ଥା ରହିଛି , ହବିଷ୍ୟାଳି ମା ମାନଙ୍କ କୌଣସି ଅସୁବିଧା ହେବ ନାହିଁ ସେ ନେଇ ବ୍ୟବସ୍ତା କରାଯାଇଛି , ତର୍ଜମା ଏବଂ ସମୀକ୍ଷା କରାଯାଇଛି । ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳଙ୍କଠାରୁ ଆରମ୍ଭ କରି ଅଧିକାରୀମାନେ ଏ ନେଇ ଧ୍ୟାନ ଦେଉଛନ୍ତି । କାର୍ତ୍ତିକ ମାସ ପରେ, ଶୃଙ୍ଖଳିତ ଦର୍ଶନ ପ୍ରକ୍ରିୟା ଆମେ ଆରମ୍ଭ କରିବୁ । ହବିଷ୍ୟାଳିଙ୍କ ଦର୍ଶନ ସାରି ଶାନ୍ତି ମନରେ ଘରକୁ ଫେରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking