17.1 C
Bhubaneswar
Saturday, February 14, 2026
Homeଦେଶ ବିଦେଶକେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳି ଭେଟି, ବଢିଲା ମହଙ୍ଗା ଭତ୍ତା

କେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳି ଭେଟି, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି କେନ୍ଦ୍ର ସରକାର। ମହଙ୍ଗା ଭତ୍ତାକୁ ୩% ବୃଦ୍ଧି କରିଛନ୍ତି। ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି। ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩%କୁ ବୃଦ୍ଧି ହୋଇଛି। କେନ୍ଦ୍ର ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ସରକାରୀ କର୍ମଚାରୀ ଏହି ସୁବିଧା ପାଇବେ। ଏହାର ଅର୍ଥ ଅକ୍ଟୋବର ମାସର ଦରମା ମହଙ୍ଗା ଭତ୍ତା ସହ ମିଳିବ। ଏହା ସହ ତିନି ମାସର ବକେୟା ଭତ୍ତା ମଧ୍ୟ ମିଳିବ। ଏହି ଘୋଷଣା ପରେ ପେନସନ ପାଉଥିବା ଅବସରପ୍ରାପ୍ତ କର୍ମଚାରୀ ମଧ୍ୟ ଉପକୃତ ହେବେ।

ସେମାନଙ୍କର ମଧ୍ୟ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ସର୍ବଭାରତୀୟ ଗ୍ରାହକ ଦର ସୂଚକାଙ୍କ ଜରିଆରେ ମହଙ୍ଗା ଭତ୍ତାର ହିସାବ କରାଯାଏ। ଏହି ସୂଚକାଙ୍କ ଖୁଚରା ବଜାରର ମୂଲ୍ୟକୁ ଟ୍ରାକ କରି ମହଙ୍ଗା ଭତ୍ତା ବୃଦ୍ଧି ନେଇ ନିଷ୍ପତ୍ତି ନିଏ। ମହଙ୍ଗା ଭତ୍ତା ବର୍ଷକୁ ଦୁଇ ଥର ସଂଶୋଧିତ କରାଯାଏ। କର୍ମଚାରୀଙ୍କୁ ସେମାନଙ୍କ ଜୀବନ ଧାରଣ କ୍ଷମତାରେ ଆର୍ଥିକ ସହାୟତା ପାଇଁ ମହଙ୍ଗା ଭତ୍ତାର ବ୍ୟବସ୍ଥା କରାଯାଇଛି। କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କେବଳ ସେମାନଙ୍କ ଟେକ୍ ହୋମ ଦରମା ପରିମାଣକୁ ବୃଦ୍ଧି କରିବ ନାହିଁ ବରଂ ଅନ୍ୟ ଭତ୍ତାରେ ମଧ୍ୟ ବୃଦ୍ଧି ଆଣିବ। କର୍ମଚାରୀଙ୍କ ଆର୍ଥିକ ସ୍ଥିତିକୁ ସ୍ୱଚ୍ଛଳ କରିବା ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking