24.1 C
Bhubaneswar
Friday, February 13, 2026
Homeଓଡିଶାପୁରୀର ୪ କେନ୍ଦ୍ରରେ ରହିବେ ହବିଷ୍ୟାଳି

ପୁରୀର ୪ କେନ୍ଦ୍ରରେ ରହିବେ ହବିଷ୍ୟାଳି

ପୁରୀ:  ଚଳିତ ବର୍ଷ ର ହବିଷ ବ୍ରତ ଅକ୍ଟୋବର ମାସ ୧୮ ତାରିଖ ରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ। ଅନଲାଇନ ମାଧ୍ୟମରେ ପଞିକରଣ କରିଥିବ ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ରେ ରଖାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି। ଆଜି ଟାଉନ ହଲ ଠାରେ ହବିଷ ବ୍ରତ ବା ରାଈଦାମୋଦର ବ୍ରତ କାର୍ଯ୍ୟ ରେ ନିୟୋଜିତ ଅଧିକାରୀ, କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ନେଇ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ହବିଷ୍ୟାଳୀ ମାନଙ୍କର ସେବା କୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଆହ୍ୱାନ ଦେଇଥିଲେ। ହବିଷ୍ୟାଳୀ କାର୍ଯ୍ୟରେ ଯେପରି କୌଣସି ଅବହେଳା ନ ହୁଏ ଓ ମା ମାନେ ଏକ ମାସ ଭଲ ଭାବରେ ହବିଷ ସାରି ନିଜ ଘରକୁ ଫେରିବେ ସେଥିପାଇଁ ସମସ୍ତେ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ସେ ଅନୁରୋଧ କରିଥିଲେ।
ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ନିଳମାଧବ ଭୋଇ, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ଗୋପୀନାଥ କୁଅଁର ଯୋଗ ଦେଇ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମା ମାନଙ୍କ ର ଏକମାସ ର ବ୍ରତ କୁ ନିଷ୍ଠାର ସହ ପାଳନ ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବା ଆମ ସମସ୍ତଙ୍କର କର୍ତ୍ତବ୍ୟ ଓ ଦାୟିତ୍ୱ। ତେଣୁ ବିଗତ ବର୍ଷ ର ଅଭିଜ୍ଞତା ଓ ଅନୁଭବ ଆଧାରରେ ଏହାକୁ ଚଳିତ ବର୍ଷ ଶୃଙ୍ଖଳିତ ଓ ସୁନ୍ଦର ଭାବେ ପରିଚାଳନା କରିବାକୁ ଅନୁରୋଧ କରିଥିଲେ।
ଚଳିତ ବର୍ଷ ବୃନ୍ଦାବତୀ ନିବାସ ,ଅକ୍ଷୟ ପାତ୍ର ,ବଗଲା ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପ ଠାରେ ହବିଷ୍ୟାଳୀ ମା ମାନଙ୍କର ରହଣି ର ବ୍ୟବସ୍ଥା ହୋଇଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ମା ମାନଙ୍କୁ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ଏହାକୁ ସମ୍ମିଳିତ ଭାବେ ସଫଳ କରିବାକୁ ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ଅନୁରୋଧ କହିଥିଲେ। ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ନରେନ୍ଦ୍ର ରେ ସ୍ନାନ ବ୍ୟବସ୍ଥା, ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି।
ମା ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ। ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବା ର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯାଉଛି। ତେଣୁ ଏହି କାର୍ଯ୍ୟ କୁ ପାରସ୍ପରିକ ସମନ୍ବୟ ରଖି କାର୍ଯ୍ୟ କରିବାକୁ ଅଧିକାରୀ ମାନେ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ସହଦେଵ ସାହୁ, ବିବେକାନନ୍ଦ ସାହୁ,ଏଡିଏମଓ ଡା ବିନୋଦ ବିହାରୀ ରଥ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ , କର୍ମଚାରୀ,ରେଡ଼କ୍ରସ,ସେଣ୍ଟଜନ ଆମ୍ବୁଲାନ୍ସ,ମିଶନ ଓଡିଶା, ମହିଳା ସ୍ୱୟଂ ସହାୟକ ସଦସ୍ୟା , ବିବେକାନନ୍ଦ ଯୁବ ଶକ୍ତି ଅନୁଷ୍ଠାନ, ହାପିନେସ ଫାଉଣ୍ଡେସନ ର କର୍ମକର୍ତ୍ତା ଓ ସଦସ୍ୟ ମାନେ,ଆଶା ଓ ଅଙ୍ଗନବାଡି କର୍ମୀ ପ୍ରମୁଖ ଯୋଗ ଦେଇ ଆଲୋଚନା ରେ ଅଶଂଗ୍ରହଣ କରିଥିଲେ।
5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking