20.1 C
Bhubaneswar
Tuesday, February 10, 2026
Homeଓଡିଶା୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବେନେଶ୍ୱର: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ଣ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ ହୋଇଥିବା ଲୋକଙ୍କ ଅଭିଯୋଗ ଶୁଣିବେ। ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ ୧ ହଜାର ଲୋକ ପଞ୍ଜୀକରଣ କରିପାରିବେ। ପଞ୍ଜୀକୃତ ହୋଇଥିବା ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କ ଅଭିଯୋଗ ଜଣାଇ ପାରିବେ। ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ୍ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ କାଗଜପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ। ଏହି ସମ୍ପର୍କରେ ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking