30.1 C
Bhubaneswar
Thursday, February 12, 2026
Homeଓଡିଶାହବିଷ୍ୟାଳି ମା'ମାନଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ହବିଷ୍ୟାଳି ମା’ମାନଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂଣ୍ୟମାସ ‘କାର୍ତ୍ତିକ’ ପାଇଁ ପୁରୀ ଶ୍ରୀମନ୍ଦିରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ହବିଷ୍ୟାଳିମାନେ ଏକଜୁଟ ହୋଇଛନ୍ତି। ବ୍ରତରଖି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ବରିଷ୍ଠ ନାଗରିକମାନେ ଲକ୍ଷ୍ୟ ରଖୁଛନ୍ତି। ଏହାରି ମଧ୍ୟରେ କିଛି ତ୍ରୁଟି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ଷୋଭ ପ୍ରକାଶ କରିଛନ୍ତି। ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିଭିନ୍ନ ଗଣମାଧ୍ୟମରେ କିଛି ହବିଷ୍ୟାଳି ମା’ମାନଙ୍କ ଅସୁବିଧା ବିଷୟରେ ଅବଗତ ହେବା ପରେ ମୁଁ ବ୍ୟକ୍ତିଗତ ଭାବେ ବିଭାଗୀୟ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ତଥା ଜିଲ୍ଲାପାଳଙ୍କୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଶ୍ରୀଜଗନ୍ନାଥ ଧାମ ପୁରୀ ଠାରେ ବାହାର ଜିଲ୍ଲାରୁ ଆସି ହବିଷ୍ୟବ୍ରତ ପାଳନ କରୁଥିବା ହବିଷ୍ୟାଳି ମା’ମାନଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ସରକାର ପ୍ରତିଶୃତିବଦ୍ଧ। ପ୍ରଭୁ ଜଗନ୍ନାଥ ଆପଣ ସମସ୍ତଙ୍କ ବ୍ରତ ସଫଳ କରନ୍ତୁ। ଏଥର ହବିଷ୍ୟାଳି ଯୋଜନା ପାଇଁ ୨ କୋଟି ୫୬ ଲକ୍ଷ ବ୍ୟୟବରାଦ ହୋଇଛି। ଆରମ୍ଭରୁ ଯାହା ତ୍ରୁଟି ବିଚ୍ୟୁତି ଥିଲା ତାକୁ ଆମେ ସୁଧାରି ଦେଇଛୁ। ଆସନ୍ତା ବର୍ଷ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଉଦ୍ୟମ କରିବୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking