19.1 C
Bhubaneswar
Thursday, February 12, 2026
Homeଓଡିଶାଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜଧାନୀ ଭୁବନେଶ୍ବରର ବହୁଚର୍ଚ୍ଚିତ ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି ପୁଲିସ କର୍ମଚାରୀଙ୍କ ତରଫରୁ ଦାୟର ପୃଥକ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ପ୍ରାରମ୍ଭିକ ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ମାମଲାରେ କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କ ତରଫରୁ ସମୟ‌ ଲୋଡ଼ା ଯାଇଥିଲା।

ଅନ୍ୟପକ୍ଷରେ ଅନ୍ତରୀଣ ସୁରକ୍ଷା ପ୍ରଦାନ ପାଇଁ ଆବେଦନକାରୀଙ୍କ ତରଫରୁ ନିବେଦନ କରାଯାଇଥିଲା। ହାଇକୋର୍ଟ ଅକ୍ଟୋବର ୨୮କୁ ଆଗୁଆ ଜାମିନ ଆବେଦନ ଗୁଡ଼ିକର ପରବର୍ତ୍ତୀ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ କେସ୍ ଡାଏରି ସହିତ ତଦନ୍ତର ସାନି ସ୍ଥିତି ନେଇ ତଥ୍ୟ ଉପସ୍ଥାପନ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଆବେଦନକାରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ ପାଇଁ ହାଇକୋର୍ଟ ଆଜି ମନା କରିଛନ୍ତି। ଏହି ପ୍ରସଂଗରେ କୌଣସି ନିର୍ଦ୍ଦେଶ ଆଜି ହାଇକୋର୍ଟ ଦେଇ ନାହାନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking