19.1 C
Bhubaneswar
Sunday, November 24, 2024
Homeଓଡିଶା_ଆଜିର ଅନୁଚିନ୍ତା

_ଆଜିର ଅନୁଚିନ୍ତା

ମିଛ ଆଉ ଛଳନା କୁ ଆପଣେଇ ଖେଳ ଖେଳୁ ଥିବା ଲୋକ ହୁଏତ ଅଳ୍ପ ସମୟ ଖୁସି ହୋଇପାରେ, କିନ୍ତୁ ପରିଶେଷରେ ସେ ସମସ୍ତଙ୍କ ଆଦର ଆଉ ସମ୍ମାନ ହରାଇ ସମସ୍ତ ଖୁସିକୁ ସବୁଦିନ ହରାଇ ବସେ ।

ଜୀବନରେ ଅଧିକ ଦୁଃଖ ମିଳୁଛି ବୋଲି କାହାକୁ ବି ଦୋଷ ଦେବା ଠିକ୍ ନୁହେଁ କିମ୍ବା ଅଧିକ ସୁଖ ମିଳୁଛି ବୋଲି ଗର୍ବ କରିବା ଉଚିତ୍ ନୁହେଁ ।କାରଣ ସୁଖ ଓ ଦୁଃଖ କେହି ଦେଇ ନ ଥାନ୍ତି ବରଂ ମନୁଷ୍ୟ ନିଜ କର୍ମ ଅନୁସାରେ ତାକୁ ଭୋଗ କରିଥାଏ ।

ଯାହାର ହୃଦୟ ସୁନ୍ଦର ଓ ପବିତ୍ର ଥାଏ ତାକୁ ସଂସାରର ପ୍ରତ୍ୟେକଟି ଜିନିଷ ସୁନ୍ଦର ଲାଗିଥାଏ, ଆଉ ଯାହାର ଭାବନା ଏବଂ ବିଚାର ଅସୁନ୍ଦର ତାକୁ ସଂସାରର ପ୍ରତ୍ୟେକଟି ସୁନ୍ଦର ଜିନିଷ ମଧ୍ୟ ଅସୁନ୍ଦର ଦେଖାଯାଏ ।

କୌଣସି ପଦ ପଦବୀ ରେ ନଥାଇ ବି ଯିଏ ଗରିବ ର ଦୁଃଖ ରେ ସହାୟ ହୋଇଥାଏ ସେ ସବୁବେଳେ ପୂଜ୍ୟ ଓ ସମ୍ମାନ ର ହକଦାର ହୋଇଥାଏ ।*

ଖାଲି ସମ୍ପର୍କ ଟିଏ ଗଢିଦେଲେ ହେବନାହିଁ ସେଥିରେ ସଦଭାବନା ରହିବା ଦରକାର ଆଉ ଯେଉଁ Relation ରେ ସଦଭାବନା ନ ଥାଏ ସେ Relation ର ମାନେ ହିଁ କିଛି ନ ଥାଏ ।
ଦୁନିଆରେ ପରଦା ଆଗରେ ସ୍ନେହ,ତ୍ୟାଗ,କର୍ତ୍ତବ୍ୟ ର ପ୍ରତୁମୃର୍ତ୍ତି ହୋଇ ମାଆ ରହିଥାଏ….
କିନ୍ତୁ
ପରଦା ପଛରେ ରହି ସବୁ କିଛି ର କର୍ତ୍ତବ୍ୟ ସଠିକ୍ ଭାବରେ ତୁଲେଇ ଥିବା ମଣିଷ ଟି ହେଉଛନ୍ତି ଆମ ବାପା….

ଓଁ ଶ୍ରି ଶ୍ରୀ ଜଗନ୍ନାଥ ଶରଣ

ମହାବୀର ପଞ୍ଜିକା
ଅଦ୍ୟ ଅକ୍ଟୋବର ମାସ ୧୯ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ଦ୍ଵିତୀୟା ଦିବା ଘ ୦୯/୪୩ ଗତେ ତୃତୀୟା
ନକ୍ଷତ୍ର- ଦ୍ଵିଜା ଦିବା ଘ୧୧/୧୭ ଗତେ କୃତ୍ତିକା
ଚନ୍ଦ୍ର – ମେଷ ସନ୍ଧ୍ୟା ଘ୦୫/୨୯ ଗତେ ବୃଷ
ଯୋଗ- ଅଶ୍ରୁକ୍
କରଣ – ଗର
ସୌରମାସ- ତୁଳା ୦୩ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୭/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/୦୬
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ ୦୯/୪୩ ଗତେ ନୈରୁତେ
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୫ ମଧ୍ୟେ ଓ ଦିବା ଘ୦୩/୫୦ ଗତେ ଘ୦୫/୧୬ ମଧ୍ୟେ
ବାରବେଳା – ଦିବା ଘ୧୨/୫୭ ଗତେ ଘ୦୨/୨୪ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୪ ଗତେ ଘ୦୯/୪୭ ମଧ୍ୟେ ଓ ଘ ୦୨/୨୫ ଗତେ ଘ୦୩/୨୩ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ ୦୨/୦୩ ଗତେ ଘ୦୨/୫୧ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବୋଇତିକଖାରୁ ଦିବା ଘ ୦୯/୪୩ ଗତେ ପୋଟଳ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ*
✧═════•❁❀❁•═════
ମେଷ
: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*
✧═════•❁❀❁•═════
ବୃଷ
: ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
✧═════•❁❀❁•═════
ମିଥୁନ
: ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
✧═════•❁❀❁•═════
ସିଂହ
: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*

✧═════•❁❀❁•═════
ତୁଳା
: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
✧═════•❁❀❁•═════
ବିଛା
: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
✧═════•❁❀❁•═════*ଧନୁ: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•═════
ମକର
: ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*
✧═════•❁❀❁•═════
କୁମ୍ଭ
: ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*
✧═════•❁❀❁•═════
ମୀନ
: ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking