29.1 C
Bhubaneswar
Tuesday, February 10, 2026
Homeଓଡିଶାସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ଜଳିଗଲେ ସ୍ୱାମୀ

ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ଜଳିଗଲେ ସ୍ୱାମୀ

ବାଲେଶ୍ୱର : ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ନିଆଁରେ ଜଳିଗଲେ ସ୍ୱାମୀ। ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଜଡିଡଦା ପଞ୍ଚାୟତ ଆଡ଼ିଆ ଗାଁରେ। ସ୍ୱାମୀ ଶଶିକାନ୍ତ ମହାରଣା ଓ ତାଙ୍କ ସ୍ତ୍ରୀ ଭାନୁମତି ମହାରଣାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ ଶଶିକାନ୍ତ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା। ଶଶିକାନ୍ତଙ୍କ ସ୍ତ୍ରୀ ଉତ୍‌କ୍ଷିପ୍ତ ହୋଇ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ସ୍ତ୍ରୀ ଜଳିଯାଉଥିବା ବେଳେ ଶଶିକାନ୍ତ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ତାଙ୍କ ଦେହ ନିଆଁ ଲାଗିଯାଇଥିଲା। ସେ ମଧ୍ୟ ଜଳି ଯାଇଥିଲେ। ପାଖ ପଡ଼ୋଶୀ ଉଭୟଙ୍କ ଚିତ୍କାର ଶୁଣି ଦୌଡ଼ି ଆସିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking