19.1 C
Bhubaneswar
Thursday, February 12, 2026
Homeଓଡିଶା୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍ : ଆଇଏମ୍‌ଡି

୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍ : ଆଇଏମ୍‌ଡି

ଭୁବନେଶ୍ଵର: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ସମ୍ଭାବ୍ୟ ବାତ୍ୟା। ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏ ନେଇ ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅବପାତର ପ୍ରଭାବରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ୱର୍ବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking