31.1 C
Bhubaneswar
Tuesday, October 22, 2024
Homeଓଡିଶା. " ଆଜିର ଅନୁଚିନ୍ତା "

. ” ଆଜିର ଅନୁଚିନ୍ତା “

“ସମସ୍ତଙ୍କର କିଛି ନା କିଛି ସ୍ବପ୍ନ ଥାଏ , କିନ୍ତୁ ପ୍ରକୃତ ସତ୍ୟ ଏହା ଯେ , ଯେତେବେଳେ ସ୍ବପ୍ନ ଭାଙ୍ଗିଯାଏ, ସେତେବେଳେ ବାସ୍ତବତା ସହ ପରିଚୟ ହୁଏ !!”

“ନିଜ ଜୀବନକୁ ଅନ୍ୟମାନଙ୍କ ସହିତ ତୁଳନା କରନ୍ତୁ ନାହିଁ , କାହିଁକିନା ସୂର୍ଯ୍ୟ ଏବଂ ଚନ୍ଦ୍ର ମଧ୍ୟରେ ବି କୌଣସି ତୁଳନା ନାହିଁ , କିନ୍ତୁ ଯେତେବେଳେ ସେମାନଙ୍କର ସମୟ ଆସିଥାଏ ସେତେବେଳେ ସେମାନେ ଉଜ୍ଜଳ ହୋଇଥାନ୍ତି !!”

” ସମସ୍ୟା ” କୁ ସାମ୍ନା କରନ୍ତୁ କାହିଁକିନା ଏହା ସାହାସିକତା ବଢେଇବା ସହିତ ନିଜକୁ ସୁଦୃଢ଼ କରାଇବାରେ ମଧ୍ୟ ସାହାର୍ଯ୍ୟ କରିଥାଏ !!

“ଏ ଦୁନିଆରେ ସମୟ ଠାରୁ ବଡ ନ୍ୟାୟଧାରୀ କେହି ବି ନାହାନ୍ତି , କାହିଁକିନା ସମୟ ଯାହା ବି ନିର୍ଣ୍ଣୟ କରିଥାଏ ତାହା ସମସ୍ତଙ୍କୁ ମାନିବାକୁ ପଡିଥାଏ !!”

“ଅନ୍ୟର ଦୋଷ ଦେଖିଲା ମାତ୍ରେ ତାକୁ ସମାଲୋଚନା କରିବା ପୂର୍ବରୁ ନିଜର ସେହି ଦୋଷ କେତେ ଦୂର ଅଛି ପ୍ରଥମରୁ ବିଚାର କରନ୍ତୁ !!”
ଆତ୍ମାକୁ ବାଧିଲା ଭଳି କଥା ଯଦି ନିଜେ ସହି ପାରୁନାହାନ୍ତି….
ତେବେ
ଆଉ କାହାକୁ ମଧ୍ୟ ସେହିଭଳି କଥା କୁହନ୍ତୁ ନାହିଁ….
ଓଁ ଶ୍ରୀଶ୍ରୀ ଜଗନ୍ନାଥ ଶରଣଂ

ଅଦ୍ୟ ଅକ୍ଟୋବର ମାସ ୨୨ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ ୦୧/୨୭ ଗତେ ସପ୍ତମୀ
ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୬/୨୨ ଗତେ ଆର୍ଦ୍ରା
ଚନ୍ଦ୍ର – ମିଥୁନ
ଯୋଗ- ପରିଘ
କରଣ – ଗର
ସୌରମାସ- ତୁଳା ୦୬ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୮/୩୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୬/୦୬
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ ୦୧/୨୭ ଗତେ ବାୟବ୍ୟେ
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କନ୍ୟା ରାଶିର ଘାତଚନ୍ଦ୍ର
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୫ ଗତେ ଘ୦୮/୪୦ ମଧ୍ୟେ
ବାରବେଳା – ଦିବା ଘ୦୧/୩୦ ଗତେ ଘ ୦୨/୫୮ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୮ ମଧ୍ୟେ ଓ ଘ ୦୮/୪୦ ଗତେ ଘ୧୧/୪୫ମଧ୍ୟେ ଓ ରାତ୍ରି ଘ ୦୭/୩୮ ଗତେ ଘ୦୮/୨୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ସନ୍ଧ୍ୟା ଘ ୦୫/୧୫ ଗତେ ରାତ୍ରି ଘ୦୭/୩୬ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ
═✧══•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ
═════•❁❀❁•═══
ବୃଷ
-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।*
✧═════•❁❀❁•═════

ମିଥୁନ
ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।*
✧═════•❁❀❁•═════

କର୍କଟ
-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।*
✧═════•❁❀❁•═════

ସିଂହ
-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।*
═════•❁❀❁•═════
କନ୍ୟା
-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।*

✧═════•❁❀❁•═════
ତୁଳା
-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।*
✧═════•❁❀❁•═════

ବିଛା
-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।*

✧═════•❁❀❁•═════
ଧନୁ
-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।*
✧═════•❁❀❁•════
ମକର
ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।*
✧═════•❁❀❁•═════

କୁମ୍ଭ
-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।*

✧═════•❁❀❁•═════
ମୀନ
-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking