32.1 C
Bhubaneswar
Tuesday, October 22, 2024
Homeଓଡିଶାଦୀପାବଳିର କିଛି ଅଜଣା କଥା

ଦୀପାବଳିର କିଛି ଅଜଣା କଥା

ନାନା ପୌରାଣିକ ମତବାଦ, ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡେ ଏହା ଏକ କୃଷି ଭିତ୍ତିକ ବିଧି ଅଟେ । ଯାହା ପ୍ରାଚୀନ କଳିଙ୍ଗର କୃଷିକ୍ଷେତ୍ର ଓ ପୁରପଲ୍ଲୀରେ ପୋକ ନିୟନ୍ତ୍ରଣ ପାଇଁ ଆୟୋଜିତ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶାର ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପାରିକ ଚାଷ ଚାଷ ପ୍ରଣାଳି ମଧ୍ୟ ବିଜ୍ଞାନ ସମ୍ମତ । ପୂର୍ବକାଳର ରୋଗ ପୋକ ନିୟନ୍ତ୍ରଣ ପଦ୍ଧତି ଅତି ଉକୃଷ୍ଟ ଥିଲା ବୋଲି ଆମେରିକାର ଗବେଷକ ମତବ୍ୟକ୍ତ କରିଛନ୍ତି । ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର, ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକ ମାନେ ମତ ଦିଅନ୍ତି । ଏଥିସହ ଅମଳ ଋତୁ ଉପନୀତ ଶସ୍ୟକ୍ଷେତ୍ର ସମେତ ଜନବସତିରେ କୀଟପତଙ୍ଗଙ୍କ ସଂଖ୍ୟା ବୃଦ୍ଧି ପାଏ । କାର୍ତ୍ତିକ ମାସର ଅମାବାସ୍ୟାରେ ଏମାନଙ୍କ ସଂଖ୍ୟା ଏତେ ବୃଦ୍ଧି ପାଏ ଯେ , ରାତ୍ରି ସମୟରେ ଜୀବନ ଅସ୍ତବ୍ୟସ୍ତ ହୋଇପଡେ । ପୂର୍ବ ପରକୁ ମିଶାଇ ପାଞ୍ଚ ଦିନ ମଶାଲ, ଦିହୁରୀ , ଦୀପ , ଲଣ୍ଠନ ଆଦି ଜଳାଇ ପୋକଙ୍କୁ ଆକୃଷ୍ଟ କରି ଦମନ କରାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking