15.1 C
Bhubaneswar
Saturday, December 6, 2025
Homeଓଡିଶାସ୍ଥଳଭାଗ ଅଭିମୁଖେ ବାତ୍ୟା...

ସ୍ଥଳଭାଗ ଅଭିମୁଖେ ବାତ୍ୟା…

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇାପାରେ।

ଏହା ପୂର୍ବରୁ ଏସ୍‌ଆରସି ଦେଓ ରଂଜନ ସିଂ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୩ରୁ ୨୫ ପର୍ଯ୍ୟନ୍ତ ରାଜ୍ୟର ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ସମେତ ସମସ୍ତ ସରକାରୀ ଓ ଘରୋଇ ସ୍କୁଲଗୁଡ଼ିକ ଛୁଟି ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking