18.1 C
Bhubaneswar
Thursday, February 12, 2026
Homeଓଡିଶାରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ। ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି(ଆଡସିନାଲ କାଜୁଆଲ ଲିଭ୍‌) ୧୨ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳାମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ଦିନ ସାମୟିକ ଛୁଟି(କାଜୁଆଲ ଲିଭ) ଓ ୫ଦିନ ସ୍ୱତନ୍ତ୍ର ସାମୟିକ ଛୁଟି(ସ୍ପେଶାଲ ଲିଭ୍‌) ସହ ପାଇପାରିବେ । ଏହି ୧୨ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରିପାରିବେ । ମହିଳାମାନଙ୍କ ମାସିକ ଧର୍ମଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking