21.1 C
Bhubaneswar
Wednesday, February 11, 2026
Homeଓଡିଶାବାତ୍ୟା ‘ଦାନା’ ପାଇଁ ୯ ଜଣ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ

ବାତ୍ୟା ‘ଦାନା’ ପାଇଁ ୯ ଜଣ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର : ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୬ଜଣ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ୬ଟି ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରିଥିବାବେଳେ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ରେ ପ୍ରଭାବିତ ହେବାକୁ ଥିବା ୯ଟି ଜିଲ୍ଲାରେ ଆବଶ୍ୟକ ତଦାରଖ କରିବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

୧) ଜଗତସିଂହପୁର- ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ
୨) ବାଲେଶ୍ୱର- ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ
୩) ଭଦ୍ରକ- କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
୪) ମୟୂରଭଞ୍ଜ- ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
୫) ପୁରୀ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
୬) କେନ୍ଦ୍ରାପଡ଼ା- ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
୭) କେନ୍ଦୁଝର – ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
୮) କଟକ – ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
୯) ଗଞ୍ଜାମ-ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବି.ବି ଜେନା

ସୂଚନାଯୋଗ୍ୟ, ସମ୍ଭାବ୍ୟ ବାତ୍ୟା ଆସନ୍ତା ୨୪ତାରିଖ ରାତି ଅବା ୨୫ତାରିଖ ଭୋର ସମୟରେ ପୁରୀରୁ ସାଗର ଦ୍ୱୀପ ମଧ୍ୟରେ ସ୍ଥଳଭାଗରେ ମାଡ଼ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ପୁରୀ ସର୍କଲ ଅନ୍ତର୍ଗତ ସମସ୍ତ ଜିଲ୍ଲାରେ ଥିବା କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ସ୍ଥଳୀକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking