27.1 C
Bhubaneswar
Tuesday, December 16, 2025
Homeଓଡିଶା" ଆଜିର ନୀତିବାଣୀ "

” ଆଜିର ନୀତିବାଣୀ “

“ଯଦି ତୁମେ ଯୁବକ ଅବସ୍ଥାରେ କଠିନ ପରିଶ୍ରମ କରିବାକୁ ଲଜ୍ଜିତ, ବୃଦ୍ଧାବସ୍ଥା ପରେ ବଞ୍ଚିବା ପାଇଁ ତୁମକୁ ସମସ୍ତଙ୍କ ସାମ୍ନାରେ ଲଜ୍ଜିତ ହେବାକୁ ପଡିବ !!”

“ସବୁବେଳେ ମନେ ରଖିବା ଉଚିତ ଯେ ବିଶ୍ୱାସରେ ଅନ୍ୟକୁ ଜିଣିହେବ, କିନ୍ତୁ ସନ୍ଦେହରେ କୌଣସି କାମର ଆରମ୍ଭ କରିହୁଏ ନାହିଁ !!

“ବାଟ ଯଦି ଫୁଲର ହୁଏ ବହୁତ ସାଥି ମିଳିଯିବେ ସାଥି ହୋଇ ବାଟ ଚାଲିବା ପାଇଁ , ଯଦି ବାଟ କଣ୍ଟାର ହୁଏ ତ ନିଜର ଲୋକ ବି ହାତ ଛାଡି ଦେବେ ନିଜ ସ୍ବାର୍ଥ ପାଇଁ !!”

“ବାହାଘର ସରିଲେ ବେଦୀ ମୁହଁ ପୋଡା ଭଳି ସ୍ବାର୍ଥପର ଲୋକ ନିଜ କାମ ହାସଲ ପରେ ମନେ ରଖିବା ତ ଦୂରର କଥା ଚିହ୍ନି ପାରନ୍ତି ନାହିଁ !!”

“କାହାର ବିବଶତାର ଅନ୍ୟାୟପୂର୍ଣ ସୁବିଧା ଉଠାଇବା ନିଜ ପାଇଁ ମହା ଭୟଙ୍କର ବିପତ୍ତି କୁ ବରଣ କରିବା ସହିତ ସମାନ !!
.
ଯଦି ସୁଖ ଚାହାଁନ୍ତି ରାତି ଅନିଦ୍ରା ହୁଅନ୍ତୁ ନାହିଁ….

ଯଦି ଶାନ୍ତି ଚାହାଁନ୍ତି ଦିନରେ ଶୋଇବେ ନାହିଁ….

ଯଦି ସମ୍ମାନ ଚାହାଁନ୍ତି ଫାଲୁତୁ କଥା ହୁଅନ୍ତୁ ନାହିଁ….

ଯଦି ଭଲପାଇବା ଚାହାଁନ୍ତି ପରିବାରକୁ କେବେବି ଛାଡନ୍ତୁ ନାହିଁ….
ଜୟ ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଭବତୁ ମେ

ଅଦ୍ୟ ଅକ୍ଟୋବର ମାସ ୨୪ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ ୦୧/୫୯ ଗତେ ନବମୀ
ନକ୍ଷତ୍ର- ପୁନର୍ବସୁ ଦିବା ଘ୦୬/୫୫ ଗତେ ପୂଷ୍ୟା
ଚନ୍ଦ୍ର – କର୍କଟ
ଯୋଗ- ସିଦ୍ଧି
କରଣ – ବାଳବ
ସୌରମାସ- ତୁଳା ୦୮ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୧୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୪/୪୬
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ ୦୧/୫୯ ଗତେ ପୂର୍ବେ
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୨୦ ଗତେ ଘ ୦୫/୧୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୬ମଧ୍ୟେ ଓ ଘ ୦୧/୫୦ ଗତେ ଘ୦୧/୧୯ ମଧ୍ୟେ ଓ ରାତ୍ରି ଘ ୦୬/୦୦ ଗତେ ଘ୦୯/୧୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ*
✧═════•❁❀❁•═════
ମେଷ
ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
✧═════•❁❀❁•═════
ବୃଷ
ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
✧═════•❁❀❁•═════
ମିଥୁନ
ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।
✧═════•❁❀❁•═════
କର୍କଟ
ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ। ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।
✧═════•❁❀❁•═════
ସିଂହ
ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।
✧═════•❁❀❁•═════
କନ୍ୟା
ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।
✧═════•❁❀❁•═════
ତୁଳା
ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ। ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
✧═════•❁❀❁•═════
ବିଛା
ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କ ନରହିଲେ ବିବାଦ ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।
✧═════•❁❀❁•═════
ଧନୁ
ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ଅପରାହ୍ନରେ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
✧═════•❁❀❁•═════
ମକର
ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।
✧═════•❁❀❁•═════

କୁମ୍ଭ
ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ।
✧═════•❁❀❁•═════
ମୀନ
ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking