32.1 C
Bhubaneswar
Thursday, February 12, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରସ୍ତୁତି ବ୍ୟବସ୍ଥା ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ସୂଚନା ଯୋଗ୍ୟ ଯେ ଆଜି ଅପରାହ୍ନରେ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ୍ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking