17.1 C
Bhubaneswar
Wednesday, February 4, 2026
Homeଓଡିଶାଆସନ୍ତାକାଲି ଯାଏଁ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଆସନ୍ତାକାଲି ଯାଏଁ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବାତ୍ୟାରୁ ଏହା ଗଭୀର ଅବପାତରେ ପରିଣତ ହୋଇଥିବାରୁ ଲଗାଣ ବର୍ଷା ଜାରି ରହିବ। ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର। ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟଧିକ ଅତି ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ଲାଗି ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking