25.1 C
Bhubaneswar
Saturday, October 26, 2024
Homeଓଡିଶାଏ ସରକାର ଆପଣ ମାନଙ୍କର, ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ...

ଏ ସରକାର ଆପଣ ମାନଙ୍କର, ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ – ମୁଖ୍ୟମନ୍ତ୍ରୀ

ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ

ଭୁବନେଶ୍ଵର : ବାତ୍ୟା ‘ଦାନା’, ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ । ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ସାଂସଦ, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜ୍ଞାପନ କରୁଅଛି ।

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ, ସମସ୍ତେ ଦିନ ରାତି ଏକ କରିଦେଇଥିଲେ । ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଅଛି । ଏ ସରକାର ଆପଣ ମାନଙ୍କର ( ଜନସାଧାରଣଙ୍କର), ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ । ଶାନ୍ତି ଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ, ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର । ସମଗ୍ର ଓଡିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି । ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking