35.1 C
Bhubaneswar
Thursday, March 26, 2026
Homeଦେଶ ବିଦେଶଆୟୁଷ୍ମାନ ଭାରତ ଯୋଜନା; ଆଜି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦୀ

ଆୟୁଷ୍ମାନ ଭାରତ ଯୋଜନା; ଆଜି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦୀ

ଭୁବନେଶ୍ୱର: ଆଜି ଓଡ଼ିଶାରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଶୀଘ୍ରମୋଦୀଙ୍କ ଏହି କାର୍ଯ୍ୟକ୍ରମରେ ଭିସି ଜରିଆରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆୟୁଷ୍ମାନ ଭାରତ ପାର୍ଟ-୨ ସହ ଖୋର୍ଦ୍ଧାରେ ଯୋଗ ଓ ପ୍ରାକୃତିକ ଚିକିତ୍ସା ଲାଗି କେନ୍ଦ୍ରୀୟ ଅନୁସନ୍ଧାନ ପ୍ରତିଷ୍ଠାନର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ। ଏହାସହ ଭୁବନେଶ୍ୱର ଗୋଠପାଟଣାରେ ସେଣ୍ଟ୍ରାଲ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟାରୀ ଓ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ କ୍ରିଟିକାଲ୍ କେୟାର ସେଣ୍ଟରର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ଆୟୁଷ୍ମାନ ଯୋଜନାର ପାର୍ଟ-୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ। ଯାହାକୁ ଓଡ଼ିଶା କେବଳ ଗ୍ରହଣ କରିବ। ଯେହେତୁ ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା ତେଣୁ ତା’ର ମୋଡାଲିଟ ବି ପ୍ରସ୍ତୁତ ହୋଇନାହିଁ। ଖୁବ୍‌ଶୀଘ୍ର ମୋଡାଲିଟ ପ୍ରସ୍ତୁତ କରି ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ସେ ଆହୁରୁ ମଧ୍ୟ କହିଛନ୍ତି ଯେ, “ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ ବୋଲି ମୁକେଶ ମହଲିଙ୍ଗ କହିଛନ୍ତି।

ଏପଟେ ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯି। ନୂଆ କାର୍ଡ ଚଳିତ ଆର୍ôଥକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking