24.1 C
Bhubaneswar
Tuesday, February 10, 2026
Homeଓଡିଶାଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। । ଏଥିନିମନ୍ତେ ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ପାଖାପାଖି ୫ଟାରୁ ବନକଲାଗି ଆରମ୍ଭ ହେବ।

ଏହା ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଦତ୍ତ ମହାପାତ୍ର ସେବକଙ୍କ ଆବଶ୍ୟକ ସାମଗ୍ରୀ ସବୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ମୁଖ୍ୟ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏବେ କାର୍ତ୍ତିକ ମାସ ଚାଲୁଥିବା ବେଳେ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେଉଛି । କାର୍ତ୍ତିକ ବ୍ରତଧାରୀଙ୍କ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁମାନେ ମଧ୍ୟ କାଳିଆ ଦର୍ଶନ ପାଇଁ ଧାଇଁ ଆସୁଛନ୍ତି। ଏପରି ସମୟରେ ଆଜି ୫ ଘଣ୍ଟା ଦର୍ଶନ ବନ୍ଦ ରହିବ ଶୁଣି ଦୂରଦୂରାନ୍ତରୁ ଆସିଥିବା ଭକ୍ତ ପ୍ରଭୁଙ୍କ ଦର୍ଶନ ପାଇଁ ଅନାଇ ରହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking