25.1 C
Bhubaneswar
Saturday, March 21, 2026
Homeଓଡିଶା୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଫଳରେ ପାଗ ଶୁଖିଲା ରହିବା ସହ ବାୟୁ ମଣ୍ଡଳରେ ମାତ୍ରାଧିକ ଆଦ୍ରତା ରହିଛି। ଏହାସହ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖରୁ ୪ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ସହ କାଁଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟରେ ବର୍ଷାର ପ୍ରଭାବ ବିଶେଷ ନ ଥିଲେ ମଧ୍ୟ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଯାହାକୁ ନେଇ ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଜିଲ୍ଲା ଗୁଡିକ ହେଉଛି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟରେ ପାଗ କୋହଲା ଥିବାବେଳେ ବାତ୍ୟା ପରେ ଧୀରେ ଧୀରେ ଗରମ ଓ ଗୁଳୁଗୁଳିର ପରିମାଣ ବଢ଼ୁଛି। ଗତକାଲି କିଛି ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଯେଉଁଠି ସର୍ବାଧିକ ୩୫.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୩୨.୨ ଡିଗ୍ରୀ ସେଲସିୟସ ଓ କଟକରେ ୩୧.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ଏହାସହ ଫୁଲବାଣୀରେ ସର୍ବନିମ୍ନ ୧୮.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ଅନୁଗୁଳ ଜିଲ୍ଲା ବଅଁରପାଳରେ ସର୍ବାଧିକ ୧୦୫.୪ ମିମି ବର୍ଷା ରେକର୍ଡ ହୋଇଛି । ସେହପରି ଭଦ୍ରକ ଧାମନଗରରେ ୭୩.୦ ମିମି, ନୟାଗଡ଼ ଓଡ଼ଗାଁରେ ୬୪.୬ ମିମି, ଗଞ୍ଜାମର ପୁରୁଷତ୍ତୋମପୁରରେ ୪୯.୬ ମିମି ବର୍ଷା ରେକର୍ଡ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking