29.1 C
Bhubaneswar
Wednesday, September 16, 2026
Homeଓଡିଶାଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା ଜାରି

ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା ଜାରି

ଭୁବନେଶ୍ୱର : ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା ଜାରି କରାଯାଇଛି। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ସମୁଦ୍ରକୂଳରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛଧରା ନିଷେଧ କରାଯାଇଛି। ଏଥିସହ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସହ ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମାଛ ଧରିବା ଉପରେ ରୋକ୍ ଲାଗିଛି। ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗିଛି। ନଭେମ୍ବର ୧ ତାରିଖ ଠାରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଗହୀରମଥାକୁ ଶହ ଶହ ନଟିକାଲ ମାଇଲ ଅତିକ୍ରମ କରି ଅଲିଭ ରିଡଲ କଇଁଛ ସେମାନଙ୍କ ବଂଶ ବିସ୍ତାର ପାଇଁ ଆସିଥାନ୍ତି। କଇଁଛ ମାନେ ପ୍ରଜନନ କରିବା ପରେ ଅଣ୍ଡା ଦେଇ ଛୁଆ ହେବା ପରେ ପୁଣି ନିଜ ନିଜ ଅଞ୍ଚଳକୁ ଫେରିଯାଇଥାନ୍ତି। ଟ୍ରଲର ଚଳାଚଳ ଯୋଗୁ କଇଁଛ ମରୁଥିବାରୁ ବନ ବିଭାଗ ଏହି ଅଂଚଳରେ ତୀକ୍ଷ୍ଣ ନଜର ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking