23.1 C
Bhubaneswar
Monday, February 23, 2026
Homeଓଡିଶାବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ

ବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ

କଟକ: ଐତିହାସିକ ବାଲିଯାତ୍ରା ନେଇ ଓଡ଼ିଶା ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ। କିନ୍ତୁ ଆସନ୍ତା ବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ବୋଲି ହାଇକୋର୍ଟ କହିଛନ୍ତି। ଓଡ଼ିଶାର ଅନ୍ୟତମ ବଡ଼ ପର୍ବ ବାଲିଯାତ୍ରା ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣାଶୁଣା। ଏହି ପର୍ବ ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟ ସହିତ ସଂପର୍କ ରହିଛି। ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା। ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ। ଏହି ଯାତ୍ରା କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ। ଅତୀତରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ, ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ। ହାଇକୋର୍ଟ କହିଛନ୍ତି ଯେ, ବାଲିଯାତ୍ରାରେ ଅସମ୍ଭାଳ ଭିଡ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବାର ଆବଶ୍ୟକତା ରହିଛି। ବାଲିଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ରାସ୍ତାର ବ୍ୟବସ୍ଥା କରିବ। ରାସ୍ତାକଡ଼ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ। ଆମ୍ବୁଲାନ୍ସ ଏବଂ ଅତ୍ୟାବଶ୍ୟକୀୟ ସେବା ପାଇଁ ଗ୍ରୀନ କରିଡର ବ୍ୟବସ୍ଥା କରୁଛି ପ୍ରଶାସନ। ଗ୍ରୀନ କରିଡର ବାବଦରେ କୋର୍ଟଙ୍କୁ ଅବଗତ କଲେ କଟକ ଜିଲ୍ଲାପାଳ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking