19.1 C
Bhubaneswar
Friday, November 22, 2024
Homeଓଡିଶାଗିରଫ ହେବେ ବିଜେଡି ନେତା

ଗିରଫ ହେବେ ବିଜେଡି ନେତା

ଭୁବନେଶ୍ୱର : ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାରି ହେଲା ଗିରଫ ପରୱାନା । ବହୁ ଚର୍ଚ୍ଚିତ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାର ୧୪ ବର୍ଷ ୧୧ ମାସ ପରେ ରାୟଗଡ଼ା ଏସ୍‌ଡିଜେଏମ୍ କର୍ଟ ଜାରି କରିଛନ୍ତି ଗିରଫ ପରୱାନା। ପୂର୍ବତନ ରାଜ୍ୟସଭା ସାଂସଦ ଓ ରାୟଗଡ଼ା ଜିଲ୍ଲା ବିଜେଡି ସଭାପତି ଏନ.ଭାସ୍କର ରାଓ, ୱାଇ. ଭେଙ୍କଟ ରାଓ(କଣ୍ଡାବାବୁ), ଏନ ଆଦିନାରାୟାନା, କେ.କ୍ରିଷ୍ଣା ରାଓ, ଇପିଲି ସନ୍ନ୍ୟାସୀ ରାଜୁ, ପେଦେନା ଦିଲୀପ କୁମାରଙ୍କ ନାଁରେ ଜାରି ହୋଇଛି (ଘଈଡ)।
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇ ସେଠାରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ସେତେବେଳେ ରାଜ୍ୟରେ ବିଜେଡି ସରକାର ଚାଲିଥିବାରୁ ପୁଲିସ୍ ଜାଣିଶୁଣି ଅଭିଯୁକ୍ତଙ୍କୁ ଧରୁନଥିଲା। ଯେଉଁଥିପାଇଁ ଏକ ବଡ ଧରଣର ଆନ୍ଦୋଳନ ମୁଣ୍ଡ ଟେକିଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ରାଜ୍ୟ ସରକାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତା’ପରେ ମାମଲାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ କରୁଛି। ଭାଗିରଥୀ ମାଣ୍ଡାଙ୍ଗୀ ହତ୍ୟାକାଣ୍ଡର ୧୪ ବର୍ଷ ୧୧ ମାସ ପରେ ମାମଲା କଡ ଲେଉଟାଇଛି। ଏସ୍‌ଡିଜେଏମ୍ କୋର୍ଟ ୬ ଅଭିଯୁକ୍ତଙ୍କ ନାଁରେ ଘଈଡ ଜାରି କରିଛନ୍ତି। ତେବେ ଏନେଇ ଏନ୍‌. ଭାଷ୍କର ରାଓଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking