28.1 C
Bhubaneswar
Tuesday, June 30, 2026
Homeଓଡିଶାଶୈଳବାଳା ମହିଳା କଲେଜର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସୋଆରେ ବିଶେଷ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଶୈଳବାଳା ମହିଳା କଲେଜର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସୋଆରେ ବିଶେଷ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଠାରେ ବିଶ୍ୱବିଦ୍ୟାଳୟ ପକ୍ଷରୁ କଟକସ୍ଥିତ ଶୈଳବାଳା ମହିଳା ସ୍ୱୟଂଚାଳିତ ମହାବିଦ୍ୟାଳୟର ଗୃହ ବିଭାଗ ସ୍ନାତକୋତର ଛାତ୍ରୀମାନଙ୍କ ପାଇଁ ନଭେମ୍ବର ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ହୋଟେଲ ଅପରେସନ ଉପରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।
ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା ଆଜିର ଯୁବପିଢିକୁ ହୋଟେଲ ଶିଳ୍ପ ର ଚାରିଟି ପ୍ରମୁଖ ବିଭାଗ ଯଥା ଫ୍ରଂଟ ଅଫିସ, ହାଉସ୍ କିପିଙ୍ଗ୍‌, ଫୁଡ୍ ଆଣ୍ଡ ବେଭେରେଜ୍ ସର୍ଭିସ୍ ଓ ପ୍ରଡକ୍ସନ ଉପରେ ପ୍ରଶିକ୍ଷିତ କରାଇ ସେମାନଙ୍କର ଦୃଷ୍ଟିକୋଣ, ଦକ୍ଷତା ଓ ଜ୍ଞାନ ବଢାଇବା ପାଇଁ ଅବସର ପ୍ରଦାନ କରିବା ଏବଂ ଏହି ସଂପୂର୍ଣ୍ଣ କାର୍ଯ୍ୟକ୍ର୍ରମ ମାଧ୍ୟମରେ ସେମାନଙ୍କୁ ଆବଶ୍ୟକୀୟ ଦକ୍ଷତା ଏବଂ କ୍ଷମତା ପ୍ରଦାନ କରିବା । ଏହି କାର୍ଯ୍ୟକ୍ରମରେ ଗ୍ର୍ରାହକ ସେବା, ଯୋଗାଯୋଗ, ସମସ୍ୟା ସମାଧାନ ଏବଂ ସଂଚାଳନ ଭଳି ଅନ୍ୟାନ୍ୟ କ୍ଷେତ୍ର ଉପରେ ମଧ୍ୟ ପ୍ରାଧାନ୍ୟ ଦିଆଯାଇଥିଲା ।
ଏହି ସଂପୂର୍ଣ୍ଣ କାର୍ଯ୍ୟକ୍ରମରେ ପେଶାଦାର ଓ ପ୍ରବୀଣ ବ୍ୟକ୍ତି ବିଶେଷଙ୍କ ତତ୍ୱାବଧାନରେ ଆତିଥ୍ୟ ଓ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା । ଏଥିରେ ଶୈଳବାଳା ମହିଳା ମହାବିଦ୍ୟାଳୟର ୪୩ ଜଣ ଛାତ୍ରୀ ଓ କିଛି ଅଧ୍ୟାପିକା ଅଂଶ ଗ୍ରହଣ କରିଥିଲେ ।
ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ର୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଉପସ୍ଥିତ ରହି ଛାତ୍ରୀମାନଙ୍କର ଜୀବନରେ ଏହି ପ୍ରଶିକ୍ଷଣର ଉପାଦେୟତା ଓ ଗୁରୁତ୍ୱକୁ ବ୍ୟାଖ୍ୟା କରିଥିଲେ ଏବଂ ଅଂଶଗ୍ରହଣ କରିଥିବା ପ୍ରତ୍ୟେକ ଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking