ଭୁବନେଶ୍ୱର: ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ୟ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ୟ୍ୟକ୍ରମକୁ ଉଦ୍ଘାଟନ କରିବା ଅବସରରେ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଭର୍ତ୍ତୃହରି ମହତାବ ଏହା କହିଛନ୍ତି।