ନିଜର ଡିଣ୍ଡିମ ନିଜେ ତ ପିଟିଲେ*
ତାହାକି ହେ ଶୋଭା ପାଇବ,
ପାଞ୍ଚ ଜଣ ଯଦି ତୋ ନାମ ଧରନ୍ତି
ଜୀବନ ତୋ ଧନ୍ୟ ହୋଇବ ।
ଏ ଦୁନିଆରେ ସବୁକିଛି ଅସ୍ଥାୟୀ ତେଣୁ କିଛି ପାଇଗଲ ବୋଲି ଏତେବି ଗର୍ବ କରନି, କାରଣ ଦିନେ ନା ଦିନେ ସବୁକିଛି ହରେଇବାକୁ ପଡିଥାଏ ।
ବୁଢିଆଣୀ ନିଜ ଜାଲରେ ସେତିକି ଛନ୍ଦି ହେଉ ନାହିଁ ଯେତିକି ଆଜିର ମଣିଷ ନିଜ ଚିନ୍ତାରେ ଛନ୍ଦି ହୋଇ ପଡ଼ୁଛି ।*
ପଇସା କେବଳ Life Style କୁ Change କରିପାରେ କିନ୍ତୁ ଦିମାଗ୍ , ପ୍ରକୃତି ଆଉ ଭାଗ୍ୟକୁ ନୁହେଁ ।
ଯାହା ବି କରୁଛନ୍ତି କରନ୍ତୁ, ନିଜ ପାଇଁ ଖାଅନ୍ତୁ, ପିଅନ୍ତୁ, ଭଲ ପୋଷାକ ପିନ୍ଧ ଦାନ ଧର୍ମ ବି କରନ୍ତୁ, ଜୀବନର ଲକ୍ଷ୍ୟ ବି ରଖନ୍ତୁ । ଅପଚୟ ଓ ଅହଙ୍କାରଠୁ ସବୁବେଳେ ଦୂରେଇ ରୁହନ୍ତୁ……
ଓଁ ଶ୍ରୀଶ୍ରୀ ଜଗନ୍ନାଥ ଶରଣଂ
ଅଦ୍ୟ ନଭେମ୍ବର ମାସ ୧୯ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ମାର୍ଗଶୀର ମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଥୀ ସନ୍ଧ୍ୟା ଘ ୦୫/୨୭ ଗତେ ପଞ୍ଚମୀ
ନକ୍ଷତ୍ର- ଆର୍ଦ୍ରା ଦିବା ଘ ୦୩/୩୪ ଗତେ ପୁନର୍ବସୁ
ଚନ୍ଦ୍ର -ମିଥୁନ
ଯୋଗ- ସାଧ୍ୟ
କରଣ – ବାକବ
ସୌରମାସ- ବିଛା ୦୪ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୬/୧/୫୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୧୦
*✧═════•❁❀
ଯୋଗିନୀ ନୈରୁତେ ସନ୍ଧ୍ୟା ଘ ୦୫/୨୭ ଗତେ ଦକ୍ଷିଣେ
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କନ୍ୟା ରାଶି ର ଘାତଚନ୍ଦ୍ର
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୧୨/୫୩ ଗତେ ଘ୦୨/୧୭ ମଧ୍ୟେ
ବାରବେଳା – ଦିବା ଘ୦୭/୨୬ ଗତେ ଘ୦୮/୫୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୬/୫୦ ମଧ୍ୟେ ଓ ଘ୦୮/୫୧ଗତେ ଘ୧୧/୩୭ ମଧ୍ୟେ ଓ ରାତ୍ରି ଘ୦୭/୨୬ ଗତେ ଘ୦୮/୧୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୫/୦୬ ଗତେ ଘ୦୭/୨୬ ମଧ୍ୟେ*
═✧*══•❁❀❁•═════✧
ଅଦ୍ୟ ମୂଳା ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।*
✧═════•❁❀❁•═════
ବୃଷ
: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।*
✧═════•❁❀❁•═════
ମିଥୁନ
: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।*
✧═════•❁❀❁•═════
କର୍କଟ
: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।*
✧═════•❁❀❁•═════
ସିଂହ
: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।*
✧═════•❁❀❁•═════
କନ୍ୟା
: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।*
✧═════•❁❀❁•═════
ତୁଳା
: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।*
✧═════•❁❀❁•═════
ବିଛା
: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।*
✧═════•❁❀❁•═════
ଧନୁ
: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବୈବାହିକ ସମସ୍ୟାର ସମାଧାନ ହେବ।*
✧═════•❁❀❁•═════
ମକର
: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।*
✧═════•❁❀❁•═════
କୁମ୍ଭ
: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।*
✧═════•❁❀❁•═════
ମୀନ
: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ।










