ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନଭେମ୍ବର ୨୬ ତାରିଖରେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି । ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି । ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ ରହିଛି । ରତ୍ନ ଭଣ୍ଡାରଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ର ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ ରହିଛି । ରତ୍ନ ଭଣ୍ଡାର ପାଇଁ ୫କୋଟି ଚଙ୍କାର ବ୍ୟୟବରାଦ କରାଯାଇଛି । ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପଗୁଡିକୁ ସମ୍ପୁର୍ଣ କରିବା ନିମନ୍ତେ ପାଣ୍ଠିର ଆବଶ୍ୟକତା ରହିଛି । ପ୍ରଚଳିତ ରହିଥିବା କେନ୍ଦ୍ର ଯୋଜନା ଓ ଭାରତ ସରକାରଙ୍କ ଦ୍ୱାରା ଘୋଷିତ ନୂତନ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ନିମନ୍ତେ ଅତିରିକ୍ତ ବ୍ୟୟବରାଦ ରହିଛି । ବିପର୍ଯ୍ୟୟ ପରିଚାଳନା ପାଣ୍ଠି ଅଧିନରେ ଆବଣ୍ଟନ ବାବଦକୁ ରାଜ୍ୟ ବିପର୍ଯ୍ୟୟ ସଙ୍କଟ ପରିଚାଳନା ପାଣ୍ଠିରେ ଉପଲବ୍ଧ ହୋଇଥିବା ବର୍ଷ ଶେଷ ବଳକା ଦ୍ୱାରା ବ୍ୟବସ୍ଥା କରାଯିବ । କାର୍ଯ୍ୟକ୍ରମ ବ୍ୟୟ ନିମନ୍ତେ ଅତିରିକ୍ତ ବଜେଟରେ ୧୦,୧୫୫ କୋଟି ଟଙ୍କା ବ୍ୟୟବରାଦ ମଧ୍ୟରୁ ୩,୨୩୬ କୋଟି ଟଙ୍କା ଅର୍ଥ ସମର୍ପଣ ଦ୍ୱାରା ଭରଣା କରାଯିବ ।
ଅତିରିକ୍ତ ବଜେଟ ୨୦୨୪-୨୫ରେ ନୂତନ ପଦେକ୍ଷପ ନିଆଯାଇଛି ।ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ପାଇଁ ୧୨୫ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସିଏପିଏଫ ମୁତୟନ ପାଇଁ ୨୯୯ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ବ୍ୟବସ୍ଥା ସ୍ଥାପନ ପାଇଁ ୫୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ୨୨ଟି ଆଇଟିଆଇ ରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପାଇଁ ୧୩୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଅଗ୍ନିଶମ ସେବାର ଆଧିନୀକରଣ ପାଇଁ ୬୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଶ୍ରୀମନ୍ଦିର ପରିକ୍ରମାର ସୁବିଧା ବିକାଶ ପାଇଁ ୨୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।
ପ୍ରଶାସନିକ ବ୍ୟୟ ପାଇଁ ମୋଟ ୧୬୮୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ନିଯୁକ୍ତି ପରୀକ୍ଷା ଆୟୋଜନ ପାଇଁ ୧୫ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅଧୀମରେ ଥିବା ଆଣଆବାସିକ କୋଠାର ରକ୍ଷଣାବେକ୍ଷଣ ପାଇଁ ୧୩ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଶ୍ରଦ୍ଧାଳୁମାନେ ରଥ ଚଢିନଥିବାରୁ ଦଇତାପତିଙ୍କୁ କ୍ଷତିପୂରଣ ବାବଦରେ ୧୨କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଓଡିଶା ବିଧାନ ସଭାର କୋଠା ନିର୍ମାଣ ପାଇଁ ୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦକୁ ୧୩ କୋଟି ଟଙ୍କା ଅନୁଦାନ ବ୍ୟବସ୍ଥା କରାଯାଇଛି । ଓଡିଶା ଉଠା ଜଳସେଚନ ନିଗମକୁ ଅନୁଦାନ ବାବଦରେ ୨୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡିକ ପାଇଁ ଅନୁଦାନ ବାବଦରେ ୨୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସେଥିରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ୫ କୋଟି ଟଙ୍କା, ଉତ୍କଳ ବିଶ୍ୱ ବିଦ୍ୟାଳୟ ପାଇଁ ୧୩ କୋଟି ଟଙ୍କା ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟ ପାଇଁ ୯ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
୨୦୨୪ -୨୫ ଅତିରିକ୍ତ ବଜେଟରେ ରାଜ୍ୟ ଅର୍ଥ ଆୟୋଗଙ୍କ ସୁପାରିସ ଅନୁଯାୟୀ ସ୍ଥାନୀୟ ନିକାୟ ସଂସ୍ଥା ମାନଙ୍କୁ ସ୍ଥାନାନ୍ତର ବାବଦକୁ ୧୯୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।
କୃଷକ କଲ୍ୟାଣ ଓ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଖରିଫ ପାଇଁ ଧାନ ଫସଲ ଉତ୍ପାଦନ କ୍ଷେତ୍ରର ଗ୍ରାମ ସ୍ତରୀୟ ଖେତ ବିଶ୍ଳେଷଣ ପାଇଁ ୬ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଗୋଦାମ ଭିତ୍ତିଭୁମି ପାଣ୍ଠି ପାଇଁ ୧୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଓଡିଶା ଉଠା ଜଳସେଚନ ନିଗମ ଜରିଆରେ ଅଚଳ ହୋଇପଡିଥିବା ଉଠା ଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ପାଇଁ ୮୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ଯୋଗାଇ ଦିଆଯାଇଛି ।
ସେହିଭଳି ସାମାଜିକ ନିରାପତ୍ତାରେ ମଧୁବାବୁ ପେନସନ ଯୋଜନାରେ ୩୮୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଦିବ୍ୟାଙ୍ଗଙ୍କ କଲ୍ୟାଣ ପାଇଁ ୧୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ବିଧବା ଭତ୍ତା ଯୋଜନା ପାଇଁ ୧୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ସ୍ୱାସ୍ଥ୍ୟସେବାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ରାଜ୍ୟ ଭାଗ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମେତ ଆୟୁଷ ସମ୍ପର୍କିତ ଜାତୀୟ ମିଶନ ପାଇଁ ୨୦ କୋଟି ଟଙ୍କା ବ୍ୟବସ୍ଥା କରାଯାିଛି । ଔଷଧ କିଣିବା ପାଇଁ ୨୨ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ମହିଳା ଓ ଶିଶୁଙ୍କୁ ସଶକ୍ତ କରିବା କ୍ଷେତ୍ରରେ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ମିଶନ ଶକ୍ତି ସାମର୍ଥ୍ୟ ପାଇଁ ୨୫ କୋଟି ଟଙ୍କା ଏବଂ ମିଶନ ଶକ୍ତି ସମ୍ବଳ ପାଇଁ ୫ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତିର ବିକାଶ କ୍ଷେତ୍ରରେ ପ୍ରାକ ମେଟ୍ରିକ ଛାତ୍ର ବୃତ୍ତି ପାଇଁ ୧୧୨ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ପୋଷ୍ଟ ମାଟ୍ରିକ ସ୍କଲାରସିପ ପାଇଁ ୧୨୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଶିକ୍ଷା ସହାୟତା ପାଇଁ ୮୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଶିକ୍ଷା, କ୍ରୀଡା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସମଗ୍ର ଶିକ୍ଷା ପାଇଁ ରାଜ୍ୟ ସହାୟତା ବାବଦକୁ ୫୦୨ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୩୯ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ପାଇଁ ୧୦ କୋଟି ଟଙ୍କା ଏବଂ ଏବିଡି ସହାୟତାରେ ଓଡିଶା ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ୬୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଆଇଟିଆଇର ଭିତ୍ତିଭୂମି ବିକାଶ ପାଇଁ ୩୫ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ସହିଭଳି ଜଙ୍ଗଲ ଓ ପରିବେଶ କ୍ଷେତ୍ରରେ ବନୀକରଣ ପାଣ୍ଠି କ୍ଷତିପୂରଣ ପାଇଁ ୧୨୦ କୋଟି ଟଙ୍କା ବ୍ୟବସ୍ଥା କରାଯାିଛି । ଇକୋ ଟୁରିଜିମର ବିକାଶ ପାଇଁ ୨୦ କୋଟି ଟଙ୍କା ଏବଂ ସବୁଜ ଜଳବାୟୁ ପାଣ୍ଠି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ବ୍ୟାଘ୍ର ପ୍ରକଳ୍ପ ପାଇଁ ୯ କୋଟି ଟଙ୍କା , ହାତୀ କରିଡର ପରିଚାଳନା ପାଇଁ ୫ କୋଟି ଟଙ୍କା ଏବଂ ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ପାଇଁ ୧୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଗ୍ରାମୀଣ ଭିତ୍ତିଭୂମି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ପାଇଁ ୨୭୭୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୧୦୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ନଗର ଉନ୍ନୟନ କ୍ଷେତ୍ରରେ ସହରାଞ୍ଚଳ ନାଳବାହିତ ଆବର୍ଜନା ପରିଚାଳନା ଯୋଜନା ପାଇଁ ୧୪୮ କୋଟି ଟଙ୍କା ଏବଂ ସହରାଞ୍ଚଳରେ ଜଳ ଯୋଗାଣ ପାଇଁ ୨୨୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସ୍ୱଛ୍ଛ ଭାରତ ଅଭିଯାନ ପାଇଁ ୫୯୨ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଶିଳ୍ପ କ୍ଷେତ୍ରରେ ଶିଶ୍ପ ଭିତ୍ତିଭୂମି ବିକାଶ ପାଣ୍ଠି ପାଇଁ ୪୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଲ୍ୟାଣ୍ଡ ବ୍ୟାଙ୍କ ଯୋଜନା ପାଇଁ ୫୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।
ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜି ବ୍ୟୟ ପାଇଁ ରାଜ୍ୟମାନଙ୍କୁ ସ୍ୱତନ୍ତ୍ର କେନ୍ଦ୍ରୀୟ ସହାୟତା ଯୋଜନା ପାଇଁ ୧୭୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଓଡିଶା ଅକ୍ଷୟ ଶକ୍ତି ବିକାଶ ଯୋଜନା ପାଇଁ ୧୦୦ କୋଟି ଓ ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ ଯୋଜନା ପାଇଁ ୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଆଇଟି ପାର୍କ ଏବଂ ଟାୱାର ବିକାଶ ପାଇଁ ୨୧୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଅନ୍ତର୍ଜାତୀୟ ସୂଚନା ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ ପାଇଁ ୩୧ କୋଟି ଟଙ୍କା ବ୍ୟାବସ୍ଥା କରାଯାଇଛି ।
ସଂସ୍କୃତି ଓ ପର୍ଯ୍ୟଟନର ପ୍ରୋତ୍ସାହନ କ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରକୁ ଅନୁଦାନ ପାଇଁ ୩୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ ୪୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସଂସ୍କୃତି ନିର୍ଦ୍ଦେଶାଳୟ ପାଇଁ ୯୯ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ହସ୍ତତନ୍ତ ଶିଳ୍ପର ପ୍ରୋତ୍ସାହନ ପାଇଁ ୧୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ପର୍ଯ୍ୟଟନ ସୂଚନା ଓ ପ୍ରଚାର ପାଇଁ ୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।