22.1 C
Bhubaneswar
Saturday, February 14, 2026
Homeଓଡିଶାଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍: ଉଦ୍‌ଘାଟନ କଲେ ମନ୍ତ୍ରୀ

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍: ଉଦ୍‌ଘାଟନ କଲେ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୦ ତାରିଖରୁ ଖୋଲିଛି ଧାନମଣ୍ଡି । ତେବେ ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ପ୍ରସ୍ତୁତ କରିଛନ୍ତି ରୋଡମ୍ୟାପ୍‌ । ଏହି ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ କରିବା ନିମନ୍ତେ ସରକାର ଖୋଲିଛନ୍ତି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍। କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସବୁ ମଣ୍ଡି ଉପରେ ନଜର ରଖିବ ଯୋଗାଣ ବିଭାଗ। କଣ୍ଟ୍ରୋଲ ସେଣ୍ଟର ଦ୍ୱାରା ସବୁ ମଣ୍ଡିର ସିସିଟିଭି ଅନୁଧ୍ୟାନ ହେବ। ଯୋଗାଣ ବିଭାଗ ଏହା ଉପରେ ୨୪ ଘଣ୍ଟା କାଳ ନଜର ରଖିବ । ଏଥିସହ ଧାନମଣ୍ଡିରେ ହେଉଥିବା ଅବ୍ୟବସ୍ଥା ରୋକିବାକୁ ତୁରନ୍ତ କଠୋର ପଦକ୍ଷେପ ନିଆଯିବ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌କୁ ଉଦ୍‌ଘାଟନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking