32.1 C
Bhubaneswar
Saturday, February 14, 2026
Homeଓଡିଶାବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ କରମୁକ୍ତ କଲେ ରାଜ୍ୟ ସରକାର

ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ବର: ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’ ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି। କିଛି ସ୍ଵାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ଵାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନିକାଣ୍ଡରେ କିଭଳି ଭାବରେ କାରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଏଭଳି ଏକ ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ ଏବଂ ସାଧାରଣ ଜନତା ଅଧିକ ସଚେତନ ହେବେ। ରାଜ୍ୟ ସରକାର ’ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପରେ ଚଳଚ୍ଚିତ୍ର ପ୍ରଯୋଜିକା ତଥା ବାଲାଜୀ ଟେଲିଫିଲ୍ମର କ୍ରିଏଟିଭ୍‌ ନିର୍ଦ୍ଦେଶକ ଏକତା ଆର କପୁର ଧନ୍ୟବାଦ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆର ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking