19.1 C
Bhubaneswar
Friday, February 13, 2026
Homeଓଡିଶାଓଏଏସ୍ ଅଫିସର ସ୍ତରରେ ଅଦଳବଦଳ

ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାରି ବିଜ୍ଞପ୍ତି ଅନୁସାରେ..

୧) ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଛି
୨) ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ଖଲ୍ଲିକୋଟ ବିଶ୍ୱବବିଦ୍ୟାଳୟର କୁଳସଚିବ ଭାବେ ବଦଳି
୩) ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପାଢ଼ୀଙ୍କୁ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ
୪) ସଞ୍ଜିବିତା ରାୟଙ୍କୁ କଟକସ୍ଥିତ ଓଡ଼ିଶା ଲୋକସେବା ଆୟୋଗର ଯୁଗ୍ମ ପରୀକ୍ଷା ନିୟନ୍ତ୍ରକ ଭାବେ ବଦଳି
୫) ଭୁବନେଶ୍ୱରରେ ଇଡକୋ ଲ୍ୟାଣ୍ଡ ଅଫିସର ସ୍ୱାତୀ ମିଶ୍ର ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଭାବେ ବଦଳି
୬) ଶିଳ୍ପ ବିଭାଗର ଉପନିର୍ଦ୍ଦେଶକ ହରପ୍ରିୟା ଦାଶଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ
୭) ମାନସ ରଞ୍ଜନ ସାମଲଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଉପସଚିବ ଭାବେ ବଦଳି
୮) ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ
୯) ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ
୧୦) ଇତିଶ୍ରୀ ଦାସଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ
୧୧) ସୁଚିତ୍ରା ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରେ ଅତିରିକ୍ତ ଆବାସିକ କମିଶନର
୧୨) ଦୁର୍ଗା ପ୍ରସାଦ ମହାରଣାଙ୍କୁ ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଅର୍ଥ ସମବାୟ ନିଗମର ଜେନେରାଲ ମ୍ୟାନେଜର ଭାବେ ବଦଳି
୧୩) ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଅନନ୍ତ ନାରାୟର ଲାଗୁରୀଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ
୧୪) ଅକ୍ଷୟ କୁମାର ଖେମୁଡୁଙ୍କୁ ରାୟଗଡ଼ା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ(ସିଡିଓ)
୧୫) ହେମାବନ୍ତୀ ପାତ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଉପସଚିବ,
୧୬) ଅଜୟ କୁମାର ପ୍ରଧାନଙ୍କୁ ରାୟଗଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ
୧୭) ନିର୍ଲିପ୍ତା ମହାନ୍ତିଙ୍କୁ ବାଲେଶ୍ୱର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ । ନିର୍ଲିପ୍ତା ଏବେ ଯାଜପୁରସ୍ଥିତ ଯଯାତିକେଶରୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନ) ଭାବେ କାର୍ଯ୍ୟ କରୁଥିଲେ ।
୧୮) ଅମ୍ବିକା ପ୍ରସାଦ ଦାଶଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଭାବେ ବଦଳି
୧୯) ବୋର୍ଡ ଅଫ ରେଭନ୍ୟୁରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଦେବାଶୀଷ ପଟ୍ଟନାୟକ(ଖ)ଙ୍କ ବଦଳି ଆଦେଶକୁ ରଦ୍ଦ କରାଯାଇ ତାଙ୍କୁ ସେଠାରେ କାର୍ଯ୍ୟ କରିବାକୁ ଅନୁମତି ଦିଆଯାଇଛି । ଶ୍ରୀ ପଟ୍ଟନାୟକଙ୍କୁ ଜଗତସିଂହପୁର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଗତମାସ ୨୯ତାରିଖରେ ବଦଳି ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking