25.1 C
Bhubaneswar
Thursday, March 19, 2026
Homeଓଡିଶାରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ କଡାକଡି ହୋଇଛି ସୁରକ୍ଷା ବ୍ୟବସ୍ଥା। ବିମାନବନ୍ଦରରୁ ରାଜଭବନ  ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜିବ ସେଥିପାଇଁ ତତ୍ପର ହୋଇ ଉଠିଛି ପୋଲିସ ବିଭାଗ।ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ- ବୁକ  ଅନୁସାରେ  ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତ୍ରିସ୍ତରୀୟ  ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ରହିବେ ୩ ଜଣ ଡିସିପି ରାଙ୍କର । ୧୫ ଆଡିସିନାଲ ଡିଏସପି ରାଙ୍କ ଅଫିସର ଦାୟିତ୍ୱରେ  ରହିବେ । ୪୫ ଏସପି ରାଙ୍କର ଅଫିସର ନିୟୋଜିତ ରହିବେ । ୨ ଶହ ଇନିସପେକ୍ଟର, ସବ – ଇନିସପେକ୍ଟର ନିୟୋଜିତ ହେବେ । ପୁରୀରେ ନେଭି ଡେ ପାଳନରେ ସାମିଲ ହେବେ ରାଷ୍ଟ୍ରପତି । ସୂଚନା ଅନୁସାରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରୁ ୫.୧୦ ରେ ବାହାରି ୫.୩୦ମିନିଟ ରେ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking