30 C
Bhubaneswar
Wednesday, June 17, 2026
Homeଓଡିଶାକାର୍ ଓ ବାଇକ୍ ମୁହାଁମୁହିଁ ; ୨ ମୃତ

କାର୍ ଓ ବାଇକ୍ ମୁହାଁମୁହିଁ ; ୨ ମୃତ

ବଲାଙ୍ଗିର : କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟଙ୍କ ପରିଚୟ ମିଳି ପାରିନାହିଁ। ଗତ ବିଳମ୍ବିତ ରାତିରେ ଦୁଇ ଯୁବକ ଏକ ବାଇକ୍‌ ଯୋଗେ ବରଗାଁରୁ ବଲାଙ୍ଗିର ଅଭିମୁଖେ ଯାଉଥିଲେ। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା କାର୍‌ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍ ଓ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking