ଭୁବନେଶ୍ୱର: ରାଜ୍ୟରେ ଶୀତ ଦୀନରେ ମଧ୍ୟ ଗରମ ଲାଗୁଛି। ୯ ତାରିଖରୁ ତାପମାତ୍ରା ସହିତ ଥଣ୍ଡା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତାପମାତ୍ରା ୨ରୁ ୪ ଡିଗ୍ରି ହ୍ରାସ ପାଇବା ସହିତ ଥଣ୍ଡା ପୁଣି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୭ରୁ ୯ ତାରିଖ ମେଘୁଆ ପାଗ ରହିବ। ୯ରେ ଉତ୍ତର ଉପକୂଳରେ ପାଗ ମେଘୁଆ ରହିବ। ଆଜି ଠୁ ଦକ୍ଷିଣ ପୂର୍ବ ଆଭ୍ୟନ୍ତରରେ, ୮ରୁ ୯ ଯାଏ ଦକ୍ଷିଣ ପଶ୍ଚିମ ଆଭ୍ୟନ୍ତରରେ ଓ ୯ରୁ ୧୦ ଯାଏ ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ପାଗ ଆଂଶିକ ମେଘୁଆ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଠୁ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ବର୍ଷା ହୋଇପାରେ । ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ବୋଲି ଡ. ସାହୁ କହିଛନ୍ତି । ସେହିଭଳି ୯ ତାରିଖରୁ ଥଣ୍ଡା ବଢ଼ିବ। ୧୦ ଓ ୧୧ ତାରିଖରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି , ଜଗତ୍ସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଗଞ୍ଜାମ,ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗୀରରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୯ ତାରିଖରେ ଗଞ୍ଜାମ, ଗଜପତି, କଟକ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।










