19.1 C
Bhubaneswar
Thursday, December 12, 2024
Homeଓଡିଶାଦୂର ହେବ ଟ୍ରାଫିକ୍ ସମସ୍ୟା: ଫ୍ଲାଇଓଭର ରୋଡ଼୍ ପାଇଁ ବୈଠକ

ଦୂର ହେବ ଟ୍ରାଫିକ୍ ସମସ୍ୟା: ଫ୍ଲାଇଓଭର ରୋଡ଼୍ ପାଇଁ ବୈଠକ

ଭୁବନେଶ୍ୱର: ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି । ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖାଯାଇଥିଲା । ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଏବଂ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking