ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୨୧- ୨୨ ରେ କୁଏତ ଗସ୍ତ କରିବେ । ଗତ ୪୩ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ କୁଏତ ଗସ୍ତ । କୁଏତର ବୈଦେଶିକ ମନ୍ତ୍ରୀ ଅବଦୁଲ୍ଲା ଅଲ୍ଲୀ ଅଲ ୟାହିୟା ଭାରତ ଗସ୍ତରେ ଆସିଥିଲେ । ସେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିଥିଲେ । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଏହି ଗସ୍ତ ଭାରତ ଏବଂ କୁଏତ ମଧ୍ୟରେ ବହୁମୁଖୀ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ । ସହଯୋଗକୁ ଆହୁରି ବଢ଼ାଇବା ପାଇଁ ବୁଧବାର ଦୁଇ ଦେଶ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।