21.1 C
Bhubaneswar
Tuesday, February 3, 2026
Homeଦେଶ ବିଦେଶଆତଙ୍କବାଦୀ ସୂଚୀରୁ ହଟିବ ତାଲିବାନ :  ଋଷ

ଆତଙ୍କବାଦୀ ସୂଚୀରୁ ହଟିବ ତାଲିବାନ :  ଋଷ

ମସ୍କୋ : ଋଷିଆ  ସରକାରଙ୍କ ନୂଆ ଆଇନ । ଯେଉଁଠି ସେଠାକାର  ଅଦାଲତଗୁଡିକ ମସ୍କୋ ଦ୍ୱାରା ନିଷିଦ୍ଧ ଘୋଷିତ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଉପରୁ କଟକଣା ହଟାଇବାରେ ସହାୟକ ହେବ। ପାର୍ଲାମେଣ୍ଟର ନିମ୍ନ ସଦନ ଷ୍ଟେଟ୍ ଡୁମାରେ ପାରିତ ଏହି ଆଇନ ବଳରେ ଆଫଗାନିସ୍ତାନର ତାଲିବାନ୍ ଏବଂ ସିରିଆର ନୂଆ ନେତୃତ୍ୱ ସହ ସମ୍ପର୍କ ସ୍ବାଭାବିକ କରିବା ପାଇଁ ମସ୍କୋର ବାଟ ଫିଟିଯିବ ବୋଲି ଆଶା କରାଯାଉଛି।ରୁଷିଆର ଆତଙ୍କବାଦୀ ତାଲିକାରେ ୨୦୦୩ ଫେବୃଆରୀରେ ତାଲିବାନ୍ ଏବଂ ୨୦୨୦ରେ ସିରିଆର ହୟାତ୍ ତହରିର୍ ଅଲ୍‌-ଶାମ୍  କୁ ତାଲିକାଭୁକ୍ତ କରାଯାଇଥିଲା। ଦୀର୍ଘ ୨୦ ବର୍ଷ ଧରି ଆଫଗାନିସ୍ତାନରେ ରହିଥିବା ଆମେରିକୀୟ ସୈନ୍ୟ ସେଠାରୁ ପ୍ରତ୍ୟାବର୍ତ୍ତନ କରିବା ପରେ ୨୦୨୧ ଅଗଷ୍ଟରେ ଇସ୍‌ଲାମୀୟ ସଙ୍ଗଠନ କ୍ଷମତା ଦଖଲ କରିଥିଲା। ଗତ ଜୁଲାଇରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କହିଥିଲେ, ତାଲିବାନ୍ ଏବେ ଆତଙ୍କବାଦ ନିରୋଧୀ ଲଢ଼େଇରେ ମସ୍କୋର ସହଯୋଗୀ ପାଲଟିଯାଇଛି।ଆଫଗାନିସ୍ତାନ ଓ ମଧ୍ୟପ୍ରାଚ୍ୟରେ ଏହି ୨ ସଙ୍ଗଠନ ମସ୍କୋର ପତିଆରା ହ୍ରାସ କରିଥିବାରୁ ରୁଷିଆ ସେମାନଙ୍କ ସହ ସମ୍ପର୍କ ପ୍ରତିଷ୍ଠା କରି ପୁନଃ ଆଧିପତ୍ୟ ବଜାୟ ରଖିବା ପାଇଁ ଏପରି ଯୋଜନା କରୁଥିବା କୁହାଯାଉଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking